www.samajalive.in
Saturday, December 6, 2025
17.1 C
Bhubaneswar

ଆଜିଠୁ ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା

ନୂଆଦିଲ୍ଲୀ: ଆଜିଠାରୁ (ଗୁରୁବାର) ଆରମ୍ଭ ହେଉଛି ସିବିଏସଇ ଦଶମ ଓ ଦ୍ୱାଦଶ ପରୀକ୍ଷା । ଚଳିତ ବର୍ଷ ୩୯ ଲକ୍ଷରୁ ଅଧିକ ଛାତ୍ରଛାତ୍ରୀ ପରୀକ୍ଷା ଦେବେ । ଏଥିମଧ୍ୟରୁ ରାଜ୍ୟରେ ପ୍ରାୟ ୬୦ ହଜାର ଛାତ୍ରଛାତ୍ରୀ ପରୀକ୍ଷା ଦେବାର ସୂଚନା ମିଳିଛି । ସକାଳ ସାଢେ ୧୦ଟାରୁ ପରୀକ୍ଷା ଆରମ୍ଭ ହେବ । ଭୁବନେଶ୍ୱରରେ ପରୀକ୍ଷା କେନ୍ଦ୍ରରେ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ଛାତ୍ରଛାତ୍ରୀ ୧୦ଟା ପୂର୍ବରୁ ନିଜ ପରୀକ୍ଷା କେନ୍ଦ୍ରରେ ପହଂଚିବାକୁ ନିର୍ଦ୍ଦେଶ ଦିଆଯାଇଛି । ସିବିଏସଇ ପରୀକ୍ଷା ପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ସବୁ ପରୀକ୍ଷା କେନ୍ଦ୍ର ଗୁଡିକରେ ସିସିଟିଭ ଲଗାଯାଇଛି । ଦଶମ ପରୀକ୍ଷା ମାର୍ଚ୍ଚ ୧୩ ତାରିଖ ଯାଏଁ ଚାଲିବାକୁ ଥିବା ବେଳେ ଦ୍ୱାଦଶ ପରୀକ୍ଷା ଏପ୍ରିଲ ୨ ତାରିଖ ଯାଏଁ ଚାଲିବ ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories