www.samajalive.in
Monday, December 8, 2025
17.1 C
Bhubaneswar

ପ୍ରାର୍ଥିପତ୍ର ଦାଖଲ କଲେ ଅଶ୍ୱିନୀ ବୈଷ୍ଣବ

ଭୁବନେଶ୍ୱର: ରାଜ୍ୟସଭା ପ୍ରାର୍ଥୀ ଭାବେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ଅଶ୍ୱିନୀ ବୈଷ୍ଣବ। ଗୁରୁବାର ରିଟର୍ଣ୍ଣିଂ ଅଫିସର ଅବନିକାନ୍ତ ପଟ୍ଟନାୟକଙ୍କ ନିକଟରେ ସେ ନିଜର ୨ ସେଟ୍‌ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଓଡ଼ିଶାରୁ ତୃତୀୟ ପ୍ରାର୍ଥୀ ଭାବେ ୧୦ ଜଣ ପ୍ରସ୍ତାବକଙ୍କ ଉପସ୍ଥିତିରେ ସେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି। ଏହି ସମୟରେ ତାଙ୍କ ସହ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ, ବିଧାୟକ ମୋହନ ମାଝି, ବିଧାୟକ ନାଉରୀ ନାୟକ, ବିଧାୟିକା କୁସୁମ ଟେଟେ ପ୍ରମୁଖ ଉପସ୍ଥିତ ଥିଲେ।

ଏଠାରେ ସୂଚନାଯୋଗ୍ୟ, ବୁଧବାର ବିଜେପି କେନ୍ଦ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଓଡ଼ିଶାରେ ବିଜେପି ରାଜ୍ୟସଭା ପ୍ରାର୍ଥୀ ଭାବେ ଅଶ୍ୱିନୀଙ୍କ ନାମ ଘୋଷଣା କରାଯାଇଥିଲା। ଏହାର କିଛି ସମୟ ପରେ ବିଜେଡି ମଧ୍ୟ ଅଶ୍ବିନୀଙ୍କ ପ୍ରାର୍ଥିତ୍ବକୁ ସମର୍ଥନ କରୁଥିବା ନେଇ ଦଳ ପକ୍ଷରୁ ଘୋଷଣା କରାଯାଇଥିଲା।

- Advertisement -

 

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories