www.samajalive.in
Thursday, December 11, 2025
16.1 C
Bhubaneswar

ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ

ଭୁବନେଶ୍ବର : ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ତ୍ୟାଗ ପାଇଁ ସେମାନଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ସମ୍ମାନର ସହ କରାଯିବ ବୋଲି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ଦ୍ବାରା ଅଙ୍ଗଦାନ କ୍ଷେତ୍ରରେ ବ୍ୟାପକ ସଚେତନତା ଆସିବା ସହ ଏହା ସମାଜକୁ ପ୍ରେରଣା ଦେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି । ଅଙ୍ଗଦାନ ପ୍ରତ୍ୟାରୋପଣ ପ୍ରକ୍ରିୟାକୁ ଅଧିକ ସୁଗମ କରିବା ପାଇଁ ୨୦୧୯ ମସିହାରେ ରାଜ୍ୟ ସରକାର State Organ & Tissues Transplant Organization (SOTTO) ପ୍ରତିଷ୍ଠା କରିଛନ୍ତି । ଅଙ୍ଗଦାନକୁ ଉତ୍ସାହିତ କରିବା ପାଇଁ ସରକାର ୨୦୨୦ ମସିହାରୁ ସୁରଜ ପୁରସ୍କାର ଆରମ୍ଭ କରିଛନ୍ତି । ଏହା ସହ ଅଙ୍ଗଦାନ କରୁଥିବା ବ୍ୟକ୍ତିଙ୍କ ଆତ୍ମୀୟଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୫ ଲକ୍ଷ ଟଙ୍କା ସହାୟତା ପ୍ରଦାନ କରାଯାଉଛି। ଏଥି ସହିତ ପ୍ରତିବର୍ଷ ବିଶ୍ୱ ଅଙ୍ଗଦାନ ଦିବସ ଅଗଷ୍ଟ ୧୩ ତାରିଖରେ ମୁଖ୍ୟମନ୍ତ୍ରୀ ଅଙ୍ଗଦାତାମାନଙ୍କ ଆତ୍ମୀୟଙ୍କୁ ସମ୍ମାନିତ ମଧ୍ୟ କରୁଛନ୍ତି।

Hot this week

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର - ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

୨୧୪ ରନ କଲେ ଜିତିବ ଭାରତ

ସମାଜଲାଇଭ ଡେସ୍କ: ୨ୟ ଟି-୨୦​‌ରେ ଭାରତକୁ ୨୧୪ ରନର ବିଜୟ ଲକ୍ଷ୍ୟ...

Related Articles

Popular Categories