www.samajalive.in
Sunday, December 7, 2025
26.1 C
Bhubaneswar

ରଙ୍ଗ କାରଖାନାରେ ଅଗ୍ନିକାଣ୍ଡ, ୧୧ ମୃତ

ନୂଆଦିଲ୍ଲୀ: ଦିଲ୍ଲୀର ଅଲିପୁର ମାର୍କେଟ ଅଞ୍ଚଳରେ ଗୁରୁବାର ଏକ ରଙ୍ଗ କାରଖାନାରେ ଅଗ୍ନିକାଣ୍ଡ ଘଟି ୧୧ ଜଣ ପ୍ରାଣ ହରାଇଛନ୍ତି। ଗୁରୁତର ପୋଡିଯାଇଥିବା ୪ ଜଣଙ୍କ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅଗ୍ନିକାଣ୍ଡରେ କାରଖାନାର ଦୁଇଟି ଗୋଦାମ ଗୃହ ସମେତ ନିକଟରେ ଥିବା ଏକ ନିଶା ମୁକ୍ତି କେନ୍ଦ୍ର ସମ୍ପୂର୍ଣ୍ଣ ନଷ୍ଟ ହୋଇଛି। ୬ଟି ଦମକଳ ଦୀର୍ଘ ଚାରି ଘଣ୍ଟା ପରିଶ୍ରମ କରିବାପରେ ନିଆଁକୁ ଆୟତ୍ତ କରିଥିଲା। ଅଗ୍ନିକାଣ୍ଡ ପୂର୍ବରୁ କାରଖାନା ପରିସରରେ ପ୍ରଚଣ୍ଡ ବିସ୍ଫୋରଣ ଘଟିଥିଲା। ସମ୍ଭବତଃ କାରଖାନାରେ ରଖାଯାଇଥିବା ରାସାୟନିକ ସାମଗ୍ରୀରୁ ବିସ୍ଫୋରଣ ଘଟିଥିବା ଅନୁମାନ କରାଯାଉଛି।

ମୃତଦେହଗୁଡିକ ସମ୍ପୂର୍ଣ୍ଣ ପୋଡିଯାଇଥିବାରୁ ମୃତକଙ୍କୁ ଚିହ୍ନଟ କରିବା ଅସମ୍ଭବ ହୋଇପଡିଛି। ଅଗ୍ନିକାଣ୍ଡର କାରଣ ଜଣାପଡିନଥିବାବେଳେ ଧ୍ବଂସସ୍ତୂପ ତଳେ ପୋତି ହୋଇପଡିଥିବା ୨ ଜଣଙ୍କୁ ଠାବ କରିବାକୁ ଉଦ୍ୟମ ଜାରି ରହିଛି। ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ ​‌େ​‌କଜରିୱାଲ ଶୁକ୍ରବାର ଘଟଣାସ୍ଥଳ ପରିଦର୍ଶନ କରି ସ୍ଥିତି ସମୀକ୍ଷା କରିବା ସହ ପ୍ରତ୍ୟେକ ମୃତକଙ୍କ ପରିବାକୁ ୧୦ ଲକ୍ଷ, ପ୍ରତ୍ୟେକ ଗୁରୁତର ଆହତଙ୍କୁ ୨ ଲକ୍ଷ ଏବଂ ସାମାନ୍ୟ ଆହତ ହୋଇଥିବା ପ୍ରତ୍ୟେକ ବ୍ୟକ୍ତିଙ୍କୁ ୨୦ ହଜାର ଟଙ୍କାର କ୍ଷତିପୂରଣ ରାଶି ଘୋଷଣା କରିଛନ୍ତି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories