www.samajalive.in
Sunday, December 7, 2025
13.1 C
Bhubaneswar

ଆଜିଠୁ ବିଜେପି ରାଷ୍ଟ୍ରୀୟ ଅଧିବେଶନ

ନୂଆଦିଲ୍ଲୀ: ଭାରତୀୟ ଜନତା ପାର୍ଟିର ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ ଆଜିଠାରୁ (ଶନିବାର) ନୂଆଦିଲ୍ଲୀଠାରେ ଆରମ୍ଭ ହେବ। ଏହି ଅଧିବେଶନରେ ଆଗାମୀ ସାଧାରଣ ନିର୍ବାଚନର ଚୂଡାନ୍ତ ରଣନୀତି ପ୍ରସ୍ତୁତ କରାଯିବ । ରାଷ୍ଟ୍ରୀୟ ସଭାପତି ଜେପି ନଡ୍ଡା ଅଧିବେଶନକୁ ଉଦଘାଟନ କରିବେ। ଏହି ବୈଠକ ଦୁଇଟି ପର୍ଯ୍ୟାୟରେ ହେବ । ଗୋଟିଏ ବୈଠକ ନ୍ୟାସନାଲ କନଭେନସନ୍ ନାମରେ ହେଉଥିବାବେଳେ ଅନ୍ୟଟି ନ୍ୟାସନାଲ କାଉନସିଲ୍ ନାମରେ ହେବ । ଶନିବାର ସକାଳ ୯ଟାରେ ରାଷ୍ଟ୍ରୀୟ ପଦାଧିକାରୀ ବୈଠକ ବସିବ । ଏଥିରେ ଓଡିଶାର ୪ ଜଣ ଭାଗନେବେ । ରାଜ୍ୟ ସଭାପତି ମନମୋହନ ସାମଲଙ୍କ ସମତେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା , ମୁଖ୍ୟପାତ୍ର ସମ୍ବିତ୍ ପାତ୍ର ଏବଂ ମାନସ ମହାନ୍ତି ଭାଗ ନେବେ । ଦିନ ୩ଟା ପରେ ନ୍ୟାସନାଲ କାଉନସିଲ୍ ଏବଂ କନଭେନସନ୍ ଚାଲିବ । ଏହି ବୈଠକରେ ଓଡିଶାର ୨୮୮ ଜଣ ଯୋଗଦେବେ​‌। ରବିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରୀୟ ଅଧିବେଶନର ସମାପନ କାର୍ଯ୍ୟକ୍ରମ​‌ରେ ଯୋଗଦେଇ ସମସ୍ତଙ୍କୁ ନିର୍ବାଚନର କର୍ଣ୍ଣମନ୍ତ୍ର ଦେବେ।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories