www.samajalive.in
Saturday, December 6, 2025
26.1 C
Bhubaneswar

କଟକ-ଚୌଦ୍ୱାର ଯିବେ ମୁଖ୍ୟମନ୍ତ୍ରୀ, ଓଟିଏମରେ ଟେକ୍ସଟାଇଲ ପାର୍କର କରିବେ ଶିଳାନ୍ୟାସ

କଟକ: ଶନିବାର କଟକ-ଚୌଦ୍ୱାର ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଚୌଦ୍ୱାର ସ୍ଥିତ ଓଟିଏମ ଜମିରେ ଟେକ୍ସଟାଇଲ ପାର୍କର ଶିଳାନ୍ୟାସ କରିବାର କାର୍ଯ୍ୟକ୍ରମ ରହିଛି । ଓଟିଏମର ୪୭୮ ଏକର ଜମିରେ ଆନୁମାନିକ ୩ହଜାର କୋଟି ଟଙ୍କା ବ୍ୟୟରେ ଏକ ନୂଆ ଟେକ୍ସଟାଇଲ ଶିଳ୍ପ ପ୍ରତିଷ୍ଠା ହେବ । ଏହାଦ୍ୱାରା ୧୦ହଜାର ନିଯୁକ୍ତି ସୃଷ୍ଟି ନେଇ ଲକ୍ଷ୍ୟ ରଖିଛନ୍ତି ରାଜ୍ୟ ସରକାର । ରାଜ୍ୟ ସରକାର ଓଟିଏମର ମୋଟ ୫୨୨ ଏକର ଜମିକୁ ନିଜ ଅଧିନକୁ ନେଇ ସେଥିରୁ ଟେକ୍ସଟାଇଲ ପାର୍କ ପାଇଁ ୱେଲସ୍ପନ୍ କମ୍ପାନୀକୁ ପ୍ରଥମ ପର‌୍ୟ୍ୟାୟରେ ୨୩୦ ଏକର ଜମି ଯୋଗାଇ ଦେଇଛନ୍ତି । ପର୍ଯ୍ୟାୟକ୍ରମେ କମ୍ପାନୀକୁ ବାକି ଜମି ଦିଆଯିବ ବୋଲି କୁହାଯାଇଛି । ଓଟିଏମ ମିଲ୍‍ ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ସ୍ୱପ୍ନର ପ୍ରକଳ୍ପ ଥିଲା । କାଳକ୍ରମେ ଏହା ବନ୍ଦ ହୋଇଯିବାରୁ ଜୀବିକା ହରାଇଥିଲେ ହଜାର ହଜାର ଶ୍ରମିକ । ଦୀର୍ଘ ଦିନର ଦାବି ପରେ ଏଠାରେ ନୂଆ ଟେକ୍ସଟାଇଲ ପାର୍କ ନିର୍ମାଣ ହେବାକୁ ଯାଉଛି ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories