www.samajalive.in
Sunday, December 14, 2025
16.1 C
Bhubaneswar

କେନ୍ଦୁ କାଠ ଜବତ, ଦୁଇ ଗିରଫ

ବୌଦ୍ଧ: ବୌଦ୍ଧ କଣ୍ଟାମାଳ ରେଞ୍ଜ ବନ ବିଭାଗକୁ ବଡ ସଫଳତା ମିଳିଛି। ଖୁଣ୍ଟିଗୋରା ଛକରୁ କେନ୍ଦୁ କାଠ ଜବତ କରିବା ସହ ଘଟଣାରେ ଦୁଇ ଜଣଙ୍କୁ ଗିରଫ କରାଯାଇଛି। ସୂଚନା ମୂତାବକ ବୌଦ୍ଧ ବନଖଣ୍ଡ ଅଧିକାରୀଙ୍କ ନିର୍ଦ୍ଦେଶ କ୍ରମେ କଣ୍ଟାମାଳ ରେଞ୍ଜରଙ୍କ ନେତୃତ୍ବରେ ବନ ବିଭାଗର ସ୍ପେଶାଲ୍ ଟିମ୍ ଶୁକ୍ରବାର ବିଳମ୍ବିତ ରାତିରେ ପାଟ୍ରୋଲିଂ କରୁଥିଲେ। ସେହି ସମୟରେ ଖୁଣ୍ଟିଗୋରା ଛକ ନିକଟରେ ଏକ ଧାନ ବୋଝେଇ ଟ୍ରକ ଯାଉଥିବା ଦେଖି ଅଟକାଇଥିଲେ । ଟ୍ରକ୍ ଟିକୁ ଯାଞ୍ଚ କରିବା ସମୟରେ ଧାନ ବସ୍ତା ମଧ୍ୟରୁ କେନ୍ଦୁ କାଠ କାଠ ଗଣ୍ଡି ଥିବା ଦେଖିବାକୁ ପାଇଥିଲେ। ବନ ବିଭାଗ ଉକ୍ତ ଟ୍ରକରୁ ୪୦ ଖଣ୍ଡ କେନ୍ଦୁ କାଠ ଜବତ କରିବା ସହ ବେଆଇନ କାଠ ଚାଲାଣ କରୁଥିବା ଅଭିଯୋଗରେ ଦୁଇ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories