www.samajalive.in
Saturday, December 6, 2025
26.1 C
Bhubaneswar

ଦୁଇ ଦିନିଆ ରାଷ୍ଟ୍ରୀୟ ଅଧିବେଶନ: ଆଜି ଗୁରୁମନ୍ତ୍ର ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ୨୦୨୪ ନିର୍ବାଚନ ପୂର୍ବରୁ ଦିଲ୍ଲୀରେ ବିଜେପିର ରାଷ୍ଟ୍ରୀୟ ଅଧିବେଶନ । ଆଜି( ରବିବାର) ବୈଠକରେ ଦ୍ବିତୀୟ ତଥା ଶେଷ ଦିନରେ ଦଳର ସମସ୍ତ ପଦାଧିକାରୀ ଓ ନେତା ମାନଙ୍କୁ ଗୁରୁମନ୍ତ୍ର ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ବୈଠକରେ ଆଗାମୀ ସାଧାରଣ ନିର୍ବାଚନର ଚୂଡାନ୍ତ ରଣନୀତି ପ୍ରସ୍ତୁତ କରାଯାଉଛି। ଦୁଇ ଦିନଆ ଅଧିବେଶନକୁ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିଥିଲେ। ପ୍ରଥମ ଦିନରେ ଅନେକ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗରେ ଆଲୋଚନା ହୋଇଛି। ଏହି ଅଧିବେଶନରେ ବିଜେପି ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା, ବିଜେପି ରାଜ୍ୟ ସଭାପତି ମନମୋହନ ସାମଲ , ମୁଖପାତ୍ର ସମ୍ବିତ୍ ପାତ୍ର , ବରିଷ୍ଠ ବିଜେପି ନେତା ସମୀର ମହାନ୍ତି ପ୍ରମୂଖ ଉପସ୍ଥିତ ଥିଲେ। ରାଜ୍ୟରୁ ୨୮୮ ଜଣ ପଦାଧିକାରୀ ମଧ୍ୟ ଯୋଗଦେଇଥିଲେ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories