www.samajalive.in
Monday, December 15, 2025
16.1 C
Bhubaneswar

୨୨ ତାରିଖରେ ନବରଙ୍ଗପୁର ଆସିବେ କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂହ

ନବରଙ୍ଗପୁର : କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଆସନ୍ତା ୨୨ ତାରିଖରେ ନବରଙ୍ଗପୁର ଗସ୍ତରେ ଆସୁଛନ୍ତି । ସେ ପୂର୍ବାହ୍ନ ୧୦ଟାରେ ନୂଆଦିଲ୍ଲୀରୁ ଜଗଦଲପୁର ଉଡାଜାହାଜରେ ଆସି ପହଞ୍ଚିବା ପରେ ସେଠାରୁ ହେଲିକପ୍ଟର ଯୋଗେ ନବରଙ୍ଗପୁର ଆସିବେ । ସେ ଏଠାରେ ୪ଟି ଲୋକସଭାର ଦଳୀୟ କାର୍ଯ୍ୟକର୍ତ୍ତାଙ୍କ ବୈଠକରେ ଯୋଗଦେବେ । ନବରଙ୍ଗପୁର, କୋରାପୁଟ, କଳାହାଣ୍ଡି ଓ ବଲାଙ୍ଗୀର ଲୋକସଭା ନିର୍ବାଚନ ମଣ୍ଡଳୀର ସମସ୍ତ ଜିଲାର ବିଜେପି କାର୍ଯ୍ୟକର୍ତ୍ତାମାନେ ଯୋଗଦେବେ । ଏଥିପାଇଁ ଦଳ ପକ୍ଷରୁ ସର୍କିଟ ହାଉସ ପଡିଆରେ କାର୍ଯ୍ୟକ୍ରମ ପାଇଁ ଯୋଜନା କରାଯାଇଛି । ଏଠାରୁ ସେ କାର୍ଯ୍ୟକ୍ରମ ସାରି ବ୍ରହ୍ମପୁର ଓ ପରେ ମୟୁରଭଞ୍ଜ ଯିବାର କାର୍ଯ୍ୟକ୍ରମ ରହିଛି ।

 

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories