www.samajalive.in
Sunday, December 14, 2025
26.1 C
Bhubaneswar

ଭୁବନେଶ୍ୱରେ ଦୁଇଦିନିଆ ‘ନୂଆ ଓଡ଼ିଶା ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’ ଆରମ୍ଭ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ‘ନୂଆ ଓଡ଼ିଶା’ କାର୍ଯ୍ୟକ୍ରମ ଅଧୀନରେ ଭୁବନେଶ୍ୱଠାରେ ଆରମ୍ଭ ହୋଇଛି ଦୁଇଦିନିଆ ‘ବିଶ୍ୱ ଅଭିବୃଦ୍ଧି ଓ ନିଯୁକ୍ତି ସମ୍ମିଳନୀ’। ଏଥିରେ ବିଭିନ୍ନ ଶିଳ୍ପ କ୍ଷେତ୍ରର ପ୍ରମୁଖ ବ୍ୟକ୍ତିତ୍ବ, ଦକ୍ଷତା ବିକାଶ ଏବଂ ନିଯୁକ୍ତି କ୍ଷେତ୍ରର ବିଶେଷଜ୍ଞଙ୍କ ସହ ନୀତି ନିର୍ଦ୍ଧାରକ ଓ ଓଡ଼ିଶା ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ କ୍ଷେତ୍ର ସହ ଜଡ଼ିତ ଶିକ୍ଷାବିତ୍, ବରିଷ୍ଠ ଅଧିକାରୀ ଓ ପ୍ରଶିକ୍ଷକମାନେ ଯୋଗ ଦେଇଛନ୍ତି।

ଏହି ସମ୍ମିଳନୀ ଦୁଇ ଦିନ ଧରି ଚାଲିବ। ଏଥିରେ ଓଡ଼ିଶାରେ ଅଭିବୃଦ୍ଧିକୁ ଆହୁରି ଆଗକୁ ନେବା ସହ ଭବିଷ୍ୟତ ଲାଗି ରାଜ୍ୟରେ ଯୁବପିଢ଼ିଙ୍କ ଦକ୍ଷତା ବୃଦ୍ଧି ଓ ନିଯୁକ୍ତି ସମ୍ଭାବନା ଉପରେ ବିଭିନ୍ନ ଅଧିବେଶନରେ ଆଲୋଚନା କରାଯାଉଛି।

- Advertisement -

ଉଦଘାଟନୀ ଅଧିବେଶନରେ ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗର ପ୍ରମୁଖ ଶାସନ ସଚିବ ଊଷା ପାଢ଼ୀ, ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷା ତଥା ବିଶ୍ୱ ଦକ୍ଷତା କେନ୍ଦ୍ରର ସିଇଓ  ଅଳକା ମିଶ୍ର, ବୈଷୟିକ ଶିକ୍ଷା ଓ ତାଲିମ ନିର୍ଦ୍ଦେଶାଳୟର ନିର୍ଦ୍ଦେଶକ ତଥା ଓଡ଼ିଶା ଦକ୍ଷତା ବିକାଶ ପ୍ରାଧିକରଣର ସିଇଓ ରେଘୁ ଜି ଉପସ୍ଥିତ ରହି ସମସ୍ତଙ୍କୁ ସ୍ୱାଗତ କରିଥିଲେ।

ପ୍ରଥମ ଅଧିବେଶନ ଅବସରରେ ‘ଷ୍ଟ୍ରାଟେଜି ଆଣ୍ଡ ଆକ୍ସନ ପ୍ଲାନ୍ ଫର୍ ଡିଜିଟାଲ ସ୍କିଲିଂ’ ବିଷୟରେ ଏକ ସ୍ୱତନ୍ତ୍ର ପୁସ୍ତିକା ଉନ୍ମୋଚନ କରାଯାଇଥିଲା। ଆଜି ଅପରାହ୍ଣରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି ଗୁରୁତ୍ୱପୂର୍ଣ୍ଣ ସମ୍ମିଳନୀରେ ଯୋଗଦେବେ।

Hot this week

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

ସବ୍ୟସାଚୀ-ଅର୍ଚ୍ଚିତାଙ୍କ ଘରକୁ ଖବଶୀଘ୍ର ଆସିବେ କୁନି ଅତିଥି

ଭୁବନେଶ୍ୱର: ଓଲିଉଡର ଲୋକପ୍ରିୟ ଅଭିନେତା ସବ୍ୟସାଚୀ ମିଶ୍ରଙ୍କ ଘରେ ଏବେ ଖୁସିର...

କାହିଁକି ହେଉଛି ହଠାତ୍‌ ମୃତ୍ୟୁ? ଏମ୍ସ ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ

ନୂଆଦିଲ୍ଲୀ: ଏମ୍ସ ଦ୍ୱାରା କରାଯାଇଥିବା ଏକ ନୂତନ ଅଧ୍ୟୟନ ଏକ ଆଶ୍ଚର୍ଯ୍ୟଜନକ...

Related Articles

Popular Categories