www.samajalive.in
Saturday, December 6, 2025
17.1 C
Bhubaneswar

ପରୀକ୍ଷା ଚାପରେ ମାଟ୍ରିକ୍ ଛାତ୍ରଙ୍କ ଆତ୍ମହତ୍ୟା !

ବଲାଙ୍ଗୀର: ମାଟ୍ରିକ୍ ପରୀକ୍ଷା ଆରମ୍ଭ ହେବା ପୂର୍ବରୁ ମାଟ୍ରିକ୍ ପରୀକ୍ଷାର୍ଥୀଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି । ବଲାଙ୍ଗୀର ବିଶ୍ବାତ୍ମା ବିଦ୍ୟାଳୟ ହଷ୍ଟେଲରୁ ଝୁଲନ୍ତା ଅବସ୍ଥାରେ ଛାତ୍ରଟିର ମୃତଦେହ ଉଦ୍ଧାର ହୋଇଛି । ମୃତ ଛାତ୍ର ଜଣକ ଡାଲିଉଡ୍ ଗାଁର ଲିପୁନ୍ ପ୍ରଧାନ ବୋଲି ଜଣାପଡିଛି। ସ୍କୁଲ କର୍ତ୍ତୁପକ୍ଷ ତାଙ୍କୁ ହସ୍ପିଟାଲ ଆଣିଥିଲେ ମଧ୍ୟ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ପରେ ମୃତ ଛାତ୍ରଙ୍କ ପରିବାର ଲୋକ ସ୍କୁଲ କର୍ତ୍ତୁପକ୍ଷଙ୍କୁ ଏଥିପାଇଁ ଦାୟୀ କରିଛନ୍ତି। ହସ୍ପିଟାଲରେ ଉତ୍ତେଜନା ମୂଳକ ପରିସ୍ଥିତି ସୃଷ୍ଟି ହୋଇଛି। ଆଜି (ମଙ୍ଗଳବାର) ଲିପୁନ୍ ମାଟ୍ରିକ୍ ପରୀକ୍ଷା ଦେଇଥାନ୍ତେ, ପରୀକ୍ଷା ଚାପରେ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ସେପଟେ ପରିବାର ଲୋକ ଏହାକୁ ନେଇ ହତ୍ୟା ଅଭିଯୋଗ ଆଣିଥିବାବେଳେ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

Related Articles

Popular Categories