www.samajalive.in
Sunday, December 14, 2025
26.1 C
Bhubaneswar

ଆଫଗାନିସ୍ତାନରେ ଭୂକମ୍ପ ଝଟ୍‌କା: ରିକ୍ଟର ସ୍କେଲରେ ତୀବ୍ରତା ୪.୭

ନୂଆଦିଲ୍ଲୀ: ଆଫଗାନିସ୍ତାନ ଫୈଜାବାଦରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୪.୭ ରେକର୍ଡ କରାଯାଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଫୈଜାବାଦଠାରୁ ୧୩୧ କିଲୋମିଟର ଦୂର ଏବଂ ୧୩୦ କିଲୋମିଟର ଗଭୀରରେ ଥିବା ନ୍ୟାସନାଲ ସେଣ୍ଟର ଫର ସେସମୋଲୋଜି ପକ୍ଷରୁ ସୂଚନା ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷତିକ୍ଷତି ନେଇ କୌଣସି ସୂଚନା ମିଳିନଥିଲେ ମଧ୍ୟ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ସେପଟେ ରବିବାର ସନ୍ଧ୍ୟାରେ ମଧ୍ୟ ଆଫଗାନିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଥିଲା। ତେବେ ଏହା ହେଉଛି ଗତ ୪୮ ଘଣ୍ଟା ମଧ୍ୟରେ ଦ୍ବିତୀୟ ଭୂକମ୍ପ । ଗତବର୍ଷ ଅକ୍ଟୋବର ମାସରେ ଆଫଗାନିସ୍ତାନର ହେରାତ୍ ପ୍ରଦେଶରେ ଭୟଙ୍କର ଭୂକମ୍ପ ଯୋଗୁଁ ୪ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଥିଲେ।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories