www.samajalive.in
Tuesday, December 9, 2025
17.1 C
Bhubaneswar

ବ୍ରହ୍ମପୁରରେ ଆଇଜର୍‌ର ସ୍ଥାୟୀ କ୍ୟାମ୍ପସ୍‌କୁ ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ

ବ୍ରହ୍ମପୁର: ଆଜି (ମଙ୍ଗଳବାର) ବ୍ରହ୍ମପୁର ସ୍ଥିତ ଭାରତୀୟ ବିଜ୍ଞାନ ଶିକ୍ଷା ଏବଂ ଅନୁସନ୍ଧାନ ସଂସ୍ଥାନ – ଆଇଜର୍‌‌ର ସ୍ଥାୟୀ କ୍ୟାମ୍ପସ୍‌‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। ସକାଳ ସାଢେ ୧୦ଟା ସମୟରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ଜରିଆରେ ଆଇଜର୍‌‌ ସ୍ଥାୟୀ କ୍ୟାମ୍ପସର ଶୁଭାରମ୍ଭ କରିବା ସହିତ ଉଦ୍‌‌ବୋଧନ ଦେବେ। ଏହା ବ୍ୟତୀତ ପ୍ରଧାନମନ୍ତ୍ରୀ ଭର୍ଚୁଆଲ ଜରିଆରେ ଓଡ଼ିଶାର ୩ଟି କେନ୍ଦ୍ରୀୟ ବିଦ୍ୟାଳୟର ଶିଳାନ୍ୟାସ କରିବା ସହିତ ୨ଟି କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାୟୀ କ୍ୟାମ୍ପସ୍‌‌ର ଲୋକାର୍ପଣ କରିବେ। ନୂଆପଡ଼ା ଜିଲ୍ଲାର ନୂଆପଡ଼ା ଏବଂ ଖଡିଆଳ କେନ୍ଦ୍ରୀୟ ବିଦ୍ୟାଳୟ ଏବଂ ସୁନ୍ଦରଗଡ଼଼ ଜିଲ୍ଲାର କୁତ୍ରା କେନ୍ଦ୍ରୀୟ ବିଦ୍ୟାଳୟର ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହ ସୋନପୁର ଏବଂ ମୁଣ୍ଡ୍‌‌ଳୀ କେନ୍ଦ୍ରୀୟ ବିଦ୍ୟାଳୟର ସ୍ଥାୟୀ କ୍ୟାମ୍ପସ୍‌‌ର ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories