www.samajalive.in
Monday, December 8, 2025
24.1 C
Bhubaneswar

ମାନହାନି ମାମଲାରେ ରାହୁଲ ଗାନ୍ଧୀଙ୍କୁ ଜାମିନ୍‌

ସୁଲତାନପୁର: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଜାମିନ୍‌ ମିଳିଛି। କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ବିରୋଧରେ ଆପତ୍ତିଜନକ ମନ୍ତବ୍ୟ ଦେଇଥିବା ମାମଲାରେ ଉତ୍ତରପ୍ରଦେଶର ସୁଲତାନପୁରର ଏକ ସ୍ୱତନ୍ତ୍ର ଅଦାଲତ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ମଙ୍ଗଳବାର କଡ଼ା ସୁରକ୍ଷା ବଳୟ ମଧ୍ୟରେ ରାହୁଲ ଅଦାଲତରେ ହାଜର ହୋଇଥିଲେ। ସ୍ୱତନ୍ତ୍ର ଏମପି-ଏମଏଲଏ କୋର୍ଟ ମାଜିଷ୍ଟ୍ରେଟ ଯୋଗେଶ କୁମାର ଯାଦବ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ଜାମିନ ଆବେଦନକୁ ମଞ୍ଜୁର କରିଛନ୍ତି। ୨୫-୨୫ହଜାର ଟଙ୍କାର ଦୁଇଟି ବଣ୍ଡ୍ ଜାମିନ ଦାଖଲ କରିବା ପରେ ରାହୁଲଙ୍କୁ ଜାମିନ ପ୍ରଦାନ କରିଛନ୍ତି।

ସୂଚନାଯୋଗ୍ୟ, ୨୦୧୮ ମସିହା କର୍ଣ୍ଣାଟକ ବିଧାନସଭା ନିର୍ବାଚନ ସମୟରେ ରାହୁଲ ବେଙ୍ଗାଲୁରୁରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଏକ ଆପତ୍ତିଜନକ ମନ୍ତବ୍ୟ ଦେଇଥିଲେ। ବିଜେପି ନେତା ବିଜୟ ମିଶ୍ର ଅଭିଯୋଗ କରିଥିଲେ ଯେ, ରାହୁଲ ଗାନ୍ଧୀ ତାଙ୍କ ମନ୍ତବ୍ୟ ଜରିଆରେ ଶାହଙ୍କ ଭାବମୂର୍ତ୍ତିକୁ କ୍ଷୂର୍ଣ୍ଣ କରିଛନ୍ତି। ଏହାପ‌ରେ ସେ ରାହୁଲଙ୍କ ବିରୋଧରେ ମାନହାନି ମକଦ୍ଦମା ଦାୟର କରିଥିଲେ। ରାହୁଲ ତାଙ୍କ ଭାଷଣ‌ରେ କହିଥିଲେ ଯେ, ବିଜେପିର ଯିଏ ଅଧ୍ୟକ୍ଷ ଅଛନ୍ତି ସେ ଜଣେ ହତ୍ୟା ଅଭିଯୁକ୍ତ। ସେ ସମୟରେ ଅମିତ ଶାହା ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଥିଲେ।

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories