www.samajalive.in
Monday, December 8, 2025
24.1 C
Bhubaneswar

ରାଜ୍ୟସଭାକୁ ନିର୍ଦ୍ୱନ୍ଦରେ ନିର୍ବାଚିତ ହେଲେ ଦେବାଶିଷ, ଶୁଭାଶିଷ ଓ ଅଶ୍ୱିନୀ

ଡେସ୍କ: ନିର୍ଦ୍ୱନ୍ଦରେ ରାଜ୍ୟସଭାକୁ ଓଡିଶାରୁ ନିର୍ବାଚିତ ହୋଇଛନ୍ତି ୩ ପ୍ରାର୍ଥୀ। ଆଜି ପ୍ରାର୍ଥୀପତ୍ର ପ୍ରତ୍ୟାହାରର ଶେଷ ଦିନରେ ବିଧାନସଭା ରିଟର୍ଣ୍ଣିଂ ଅଫିସର ଏହି ବିଷୟ ଘୋଷଣା କରିବା ସହ ବିଜୟୀ ପ୍ରାର୍ଥୀମାନଙ୍କୁ ବିଜୟ ପ୍ରମାଣ ପତ୍ର ପ୍ରଦାନ କରିଛନ୍ତି। ରାଜ୍ୟସଭା ଲାଗି ଓଡିଶାରୁ ବିଜେଡିର ଦେବାଶିଷ ସାମନ୍ତରାୟ ଏବଂ ଶୁଭାଶିଷ ଖୁଣ୍ଟିଆ ଓ ବିଜେପିର ପ୍ରାର୍ଥୀ ଭାବରେ ବର୍ତ୍ତମାନର କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପ୍ରାର୍ଥୀପତ୍ର ଦାଖଲ କରିଥିଲେ। ବିଜେପି ପ୍ରାର୍ଥୀଙ୍କୁ ବିଜେଡି ମଧ୍ୟ ସମର୍ଥନ କରିଥିଲା।


ରାଜ୍ୟସଭା ପାଇଁ ଆଉ କେହି ପ୍ରାର୍ଥୀପତ୍ର ଦାଖଲ କରିନଥିବା ବେଳେ ଏହି ୩ ଜଣ ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର କାଏମ୍ ରହିଛି। ୩ଟି ଆସନ ପାଇଁ ୩ ଜଣ ଆବେଦନ କରିଥିବାରୁ ସେମାନେ ର୍ନିଦ୍ବନ୍ଦରେ ନିର୍ବାଚିତ ହୋଇଛନ୍ତି। ସଂଖ୍ୟା ଗରିଷ୍ଠତା ଥିବାରୁ ୩ ପ୍ରାର୍ଥୀ ବିନା ଭୋଟିଂରେ ରାଜ୍ୟସଭାକୁ ଯାଇଛନ୍ତି।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories