www.samajalive.in
Tuesday, December 9, 2025
15.1 C
Bhubaneswar

ଆଫଗାନିସ୍ତାନରେ ଲଗାତାର ଦୁଇ ଦିନ ଭୂକମ୍ପ ଝଟକା: ରିକ୍ଟର ସ୍କେଲରେ ତୀବ୍ରତା ୪.୨ ରେକର୍ଡ

ନୂଆଦିଲ୍ଲୀ: ଆଫଗାନିସ୍ତାନରେ ଲଗାତାର ଦୁଇ ଦିନ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଆଜି(ବୁଧବାର) ରିକ୍ଟର ସ୍କେଲରେ ତୀବ୍ରତା ୪.୨ ରେକର୍ଡ ହୋଇଛି। ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷତିକ୍ଷତି ନେଇ କୌଣସି ସୂଚନା ମିଳିନଥିଲେ ମଧ୍ୟ ସ୍ଥାନୀୟ ଅଞ୍ଚଳରେ ଆତଙ୍କ ଖେଳିଯାଇଛି। ମଙ୍ଗଳବାର ମଧ୍ୟ ଆଫଗାନିସ୍ତାନ ଫୈଜାବାଦରେ ଭୂକମ୍ପ ଝଟକା ଅନୁଭୂତ ହୋଇଥିଲା।  ଯାହାର ତୀବ୍ରତା ରିକ୍ଟର ସ୍କେଲରେ ୪.୭ ଥିଲା। ଭୂକମ୍ପର କେନ୍ଦ୍ରସ୍ଥଳ ଫୈଜାବାଦଠାରୁ ୧୩୧ କିଲୋମିଟର ଦୂର ଏବଂ ୧୩୦ କିଲୋମିଟର ଗଭୀରରେ ରହିଥିଲା।  ସେପଟେ ରବିବାର ସନ୍ଧ୍ୟାରେ ମଧ୍ୟ ଆଫଗାନିସ୍ତାନରେ ଭୂକମ୍ପ ଅନୁଭୂତ ହୋଇଥିଲା। ତେବେ ଏହା ହେଉଛି ଗତ ୪୮ ଘଣ୍ଟା ମଧ୍ୟରେ ତୃତୀୟ ଭୂକମ୍ପ । ଗତବର୍ଷ ଅକ୍ଟୋବର ମାସରେ ଆଫଗାନିସ୍ତାନର ହେରାତ୍ ପ୍ରଦେଶରେ ଭୟଙ୍କର ଭୂକମ୍ପ ଯୋଗୁଁ ୪ ହଜାରରୁ ଅଧିକ ଲୋକ ପ୍ରାଣ ହରାଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories