www.samajalive.in
Saturday, December 6, 2025
26.1 C
Bhubaneswar

ରାଜ୍ୟସ୍ତରୀୟ ଦୌଡ ପ୍ରତିଯୋଗୀତାରେ ସୁଖୀ ବାସ୍କେଙ୍କ ସଫଳତା

ପାଟଣା :ରାଜ୍ୟସ୍ତରୀୟ ବିଶ୍ବ ବିଦ୍ୟାଳୟ ଦୌଡକୁଦ ପ୍ରତିଯୋଗିତା ଉତ୍କଳ ବିଶ୍ୱବିଦ୍ୟାଳୟ ଆନୁକୁଲ୍ୟରେ କଳିଙ୍ଗ ଷ୍ଟାଡିୟମ୍ ଭୁବନେଶ୍ଵର ଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ପ୍ରାୟ ୨୦ଟି ବିଶ୍ବ ବିଦ୍ୟାଳୟରୁ ୫୦୦ ରୁ ଉର୍ଦ୍ଧ ଛାତ୍ରଛାତ୍ରୀ ଭାଗ ନେଇଥିଲେ । ଆଞ୍ଚଳିକ ମହାବିଦ୍ୟାଳୟ ସ୍ଵାମପାଟଣାର ଛାତ୍ରୀ ସୁଖୀ ବାସ୍କେ ମହାରାଜା ଶ୍ରୀ ରାମଚନ୍ଦ୍ର ଭଞ୍ଜ ବିଶ୍ବବିଦ୍ୟାଳୟ ତରଫରୁ ଅଂଶ ଗ୍ରହଣ କରି ୪୦୦ ମିଟର ଦୌଡରେ ପ୍ରଥମ ଏବଂ ୨୦୦ ମିଟର ଦୌଡରେ ଦ୍ୱିତୀୟ ସ୍ଥାନ ହାସଲ କରିଥିଲେ । ଏହି କୃତିତ୍ୱ ପାଇଁ ରାଜ୍ୟ ସରକାରଙ୍କ ତରଫରୁ ୫୦ ହଜାର ଟଙ୍କା ସୁଖୀ ବାସ୍କେଙ୍କୁ ପ୍ରଦାନ କରାଯାଇଛି। ଏଥିପାଇଁ ମହାବିଦ୍ୟାଳୟର କ୍ରୀଡା ଶିକ୍ଷକ କ୍ୟାପଟେନ ଧର୍ମେନ୍ଦ୍ର କୁମାର ସାହୁ ଏବଂ ସୁଖୀ ବାସ୍କେଙ୍କୁ ମହାବିଦ୍ୟାଳୟର ଅଧ୍ୟକ୍ଷ ବିରେନ୍ଦ୍ର କୁମାର ସାହୁ, ସମସ୍ତ ଅଧ୍ୟାପକ ଏବଂ କର୍ମଚାରୀ ଏବଂ ବୁଦ୍ଧିଜୀବି ମାନେ ସମ୍ବର୍ଦ୍ଧନା କରିବା ସହ ଧନ୍ୟବାଦ ଜଣାଇଛନ୍ତି ।

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories