www.samajalive.in
Saturday, December 6, 2025
23.1 C
Bhubaneswar

୨୪ଘଣ୍ଟାରେ ଅବପାତ

ଭୁବନେଶ୍ବର: ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରାଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ ଏବେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି। ଆସନ୍ତା ୨୪ଘଣ୍ଟାରେ ଏହା ଅବପାତ ଏବଂ ପରବର୍ତ୍ତୀ ୨୪ଘଣ୍ଟାରେ ତୀବ୍ର ଅବପାତ ରୂପ ନେବା ସହିତ ୭୨ଘଣ୍ଟା ମଧ୍ୟରେ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଏବଂ ଉତ୍ତର ତାମିଲନାଡ଼ୁ
ଅଭିମୁଖେ ଗତି କରିବ। ଲଘୁଚାପ ସହିତ ଉତ୍ତର ଛତିଶଗଡ଼, ବାଂଲାଦେଶ ଓ ଏହାର ନିକଟବର୍ତ୍ତୀ ଅଞ୍ଚଳରେ ଘୂର୍ଣ୍ଣିବଳୟ ରହିଛି। ଓଡ଼ିଶା ଉପରେ ଏହାର ପ୍ରଭାବ ବି​‌େ​‌ଶଷ ଅନୁଭୂତ ନହେଲେ ମଧ୍ୟ ଦକ୍ଷିଣ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ସହିତ ସମୁଦ୍ର ଅଶାନ୍ତ ରହିବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗତ ୨୪ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା, ସମ୍ବଲପୁର, ନବରଙ୍ଗପୁର, କୋରାପୁଟ ଓ ସୁନ୍ଦରଗଡ଼ର କିଛି ସ୍ଥାନରେ ବର୍ଷା ହୋଇଛି। ତେବେ ଆସନ୍ତା ୩ଦିନ ଧରି ରାଜ୍ୟରେ ବର୍ଷାର ସମ୍ଭାବନା ନଥିବାବେଳେ ୧୬ ଓ ୧୭ତାରିଖରେ ଦକ୍ଷିଣ ଓଡ଼ିଶାର କିଛି ସ୍ଥାନରେ ବର୍ଷା ହୋଇପାରେ।
ପରବର୍ତ୍ତୀ ତିନି ଦିନ ପର୍ଯ୍ୟନ୍ତ ରାଜ୍ୟର ତାପମାତ୍ରାରେ ବି​‌େଶ‌ଷ ପରିବର୍ତ୍ତନର ସମ୍ଭାବନା ନାହିଁ। କୃଷକଙ୍କ ପାଇଁ ମଧ୍ୟ କୌଣସି ସତର୍କ ସୂଚନା ନାହିଁ। ଲଘୁଚାପ ଜନିତ ବର୍ଷା ନେଇ ଉପକୂଳ ଓଡ଼ିଶା ପାଇଁ ସେପରି କିଛି ସତର୍କ ସୂଚନା ନଥିଲେ ହେଁ ଗଭୀର ସମୁଦ୍ରକୁ ଯାଉଥିବା ମତ୍ସ୍ୟଜୀବୀ ସତର୍କ ରହିବାକୁ ପାଣିପାଗ ବିଭାଗ ପକ୍ଷରୁ ପରାମର୍ଶ ଦିଆଯାଇଛି।
ଆସନ୍ତାକାଲିଠାରୁ ୧୬ତାରିଖ ପର୍ଯ୍ୟନ୍ତ କେନ୍ଦ୍ରୀୟ, ଦକ୍ଷିଣ ପଶ୍ଚିମ ଓ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ୫୦ରୁ ୬୦ କିମି ବେଗରେ ପବନ ବହିପାରେ। ସ୍ଥଳ ବି​‌େଶ‌ଷରେ ପବନର ବେଗ ୭୦କିମି ଛୁଇଁପାରେ। ଏହି ସମୟରେ ସମୁଦ୍ର ଅଶାନ୍ତ ରହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀ ସମୁଦ୍ରକୁ ନଯିବା ପାଇଁ ପାଣିପାଗ ବିଭାଗ ପକ୍ଷରୁ ସତର୍କ କରିଦିଆଯାଇଛି।

Hot this week

ଏହି ଗୁଣ ଥିବା ମହିଳାଙ୍କୁ ମିଳେ ଲକ୍ଷ୍ମୀଙ୍କ ଆଶୀର୍ବାଦ: ଘର ହୁଏ ସ୍ୱର୍ଗ

ଚାଣକ୍ୟ ନୀତି: ନୀତି, ଜ୍ଞାନ ଓ ଜୀବନ ପ୍ରବନ୍ଧର ମହାନ ପଣ୍ଡିତ...

ଦୁଇ ବାଇକ୍‌ ଆରୋହୀଙ୍କ ମୁଣ୍ଡରେ ଚଢିଗଲା ଟ୍ରଲର

ବଣାଇ: ୧୪୩ ନମ୍ବର ଜାତୀୟ ରାଜପଥର ଗମଲେଇ ଛକ ନିକଟରେ ମର୍ମନ୍ତୁଦ...

ବିଜେପିରେ ମିଶିବେ ବିଜେଡିର ଦୁଇ ନେତା !

ଭୁବନେଶ୍ଵର: ବିଜେଡିର ଦୁଇ ନେତା ବିଜେପିରେ ମିଶିବାକୁ ଯାଉଛନ୍ତି। ପୂର୍ବତନ ମନ୍ତ୍ରୀ...

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

Related Articles

Popular Categories