www.samajalive.in
Wednesday, December 10, 2025
16.1 C
Bhubaneswar

ହାଇୱା ଧକ୍କାରେ ବାଇକ ଆରୋହୀ ଗୁରୁତର

ଲାଞ୍ଜିଗଡ: କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନଂ ରାଜ୍ୟ ରାଜପଥ ପୋଖରୀବନ୍ଧ ନିକଟସ୍ଥ ସାହୁ କ୍ରସର ସମ୍ମୁଖରେ ଏକ ହାଇୱା ଧକ୍କାରେ ଜଣେ ବାଇକ ଆରୋହୀ ଗୁରୁତର ହୋଇଛନ୍ତି। ଗୁରୁତର ଅବସ୍ଥାରେ ସ୍ଥାନୀୟ ଲୋକେ ତାଙ୍କୁ ଉଦ୍ଧାର କରି ଏକ ବୋଲେରୋ ଯୋଗେ ବିଶ୍ଵନାଥପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରକୁ ନେଇଥିଲେ। ସେଠାରୁ ଭବାନୀପାଟଣା ମୁଖ୍ୟ ଚିିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ଗୁରୁତର ଯୁବକ ଜଣକ ପଶ୍ଚିମବଙ୍ଗର ଜାମିଲ ଅହମ୍ମଦ ବୋଲି ଜଣାପଡିଛି।

ସୂଚନାଯୋଗ୍ୟ, ବାଇକ ଆରୋହୀ ଜଣକ ଭବାନୀପାଟଣା ପଟୁ ଆସୁଥିବା ବେଳେ ସାହୁ କ୍ରସରଠାରୁ ଏକ ହାଇୱା ଆସୁଥିବା ସମୟରେ ପିଟି ହୋଇ ବାଇକ ଆରୋହୀ ଜଣକ ହାଇୱା ତଳେ ଚାପିହୋଇ ଯାଇଥିଲେ।

Hot this week

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

ବୁଧବାର ରାଶିଫଳ: କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ପାଇବେ ଏହି ଦୁଇ ରାଶି

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଅତ୍ୟନ୍ତ ସୁଖଦାୟକ ହେବ। କର୍ମ କ୍ଷେତ୍ରରୁ...

Related Articles

Popular Categories