www.samajalive.in
Sunday, December 14, 2025
26.1 C
Bhubaneswar

ଛତିଶଗଡରେ ଗୁଳି ବିନିମୟ ବେଳେ ଜଣେ ମାଓବାଦୀ ମୃତ

ମାଲକାନଗିରି:ମାଲକାନଗିରି ଜିଲ୍ଲା ସୀମାନ୍ତ ସୁକମା ଜିଲ୍ଲାର ବୁର୍କାଲଙ୍କା ଜଙ୍ଗଲରେ ପୁଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି।  ଗୁଳି ବିନିମୟବେଳେ ଯବାନଙ୍କ ଗୁଳିରେ ଜଣେ ମାଓବାଦୀର ମୃତ୍ୟୁ ଘଟିଛି। ସୂଚନା ମୂତାବକ ବୁର୍କାଲଙ୍କା ଜଙ୍ଗଲରେ ମାଓବାଦୀମାନେ ଏକ କ୍ୟାମ୍ପ କରି ରହିଥିବା ନେଇ ପୁଲିସ କୌଣସି ବିଶେଷ ସୂତ୍ରରୁ ଜାଣିବାକୁ ପାଇଥିଲା। ଯାହାକୁ ଆଧାର କରି ସେଠାରେ କୁମ୍ବିଂ ଅପରେସନ୍ କରାଯାଇଥିଲା। ମାଓବାଦୀମାନେ ପ୍ରଥମେ ଯବାନ ମାନଙ୍କ ଉପରକୁ ଗୁଳି ଚାଳନା କରିଥିଲେ। ପରେ ଯବାନମାନେ ଏହାର ପାଲଟା ଜବାବରେ ଗୁଳି ଚାଳନା କରିଥିଲେ। ଏଥିରେ ଜଣେ ମାଓବାଦୀର ମୃତ୍ୟୁ ଘଟିଛି। ଘଟଣାସ୍ଥଳରେ ସର୍ଚ୍ଚ ଅପରେସନକୁ ଜୋରଦାର କରାଯାଇଥିବା ସୂଚନା ମିଳିଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories