www.samajalive.in
Friday, December 5, 2025
26.1 C
Bhubaneswar

ରାଜ୍ୟରେ ଆଉ ୩୪ ଏନ୍‌‌ଏସି ଗଠନ ପାଇଁ ନିଷ୍ପତ୍ତି

ଭୁବନେଶ୍ୱର : ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚଟି ଏନଏସିକୁ ମ୍ୟୁନିସିପାଲଟିକୁ ଉନ୍ନୀତ କରାଯିବା ନେଇ ଶନିବାର ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ ମୟୁରଭଞ୍ଜର କରଞ୍ଜିଆ ବଲାଙ୍ଗିରର କଣ୍ଟାବାଞ୍ଜି ଓ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଓ ଆସ୍କା ଏନଏସିକୁ ମ୍ୟୁନିସିପାଲଟିକୁ ଉନ୍ନୀତ କରାଯାଇଛି। ୫ଟି ଅଧ୍ୟକ୍ଷଙ୍କ ଶ୍ରୀ କାର୍ତ୍ତିକ ପାଣ୍ଡିଆନଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣଙ୍କ ପ୍ରସ୍ତାବ ଏବଂ ବିକାଶର ଆବଶ୍ୟକତାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି।

ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ ହେଲା – ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡା, ବଲାଙ୍ଗିର ଜିଲ୍ଲାର ବେଲପଡା ଓ ସଂଇତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡା ଜିଲ୍ଲାର ସିନାପାଲି, ରାୟଗଡ ଜିଲ୍ଲାର ଚାନ୍ଦିଲି, ମୁନିଗୁଡା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡାଖଣ୍ଡି, ନୟାଗଡ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡମ୍ବା, ନରସିଂହପୁର ଓ ନିଆଳି, ମୟୁରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ।

- Advertisement -

ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories