www.samajalive.in
Wednesday, December 10, 2025
14.1 C
Bhubaneswar

ଖୁବଶୀଘ୍ର ତିନି ରାଜ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା ହେବ : ରାହୁଲ

ନୂଆଦିଲ୍ଲୀ : ୫ଟି ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳ ଅନୁଯାୟୀ ଛତିଶଗଡ, ରାଜସ୍ଥାନ ଓ ମଧ୍ୟପ୍ରଦେଶରେ କଂଗ୍ରେସ ସରକାର ଗଠନ କରିବାକୁ ଦାବିଦାର ହୋଇଛି। ଏହି ତିନୋଟି ରାଜ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା ନେଇ ପ୍ରଥମ ଥର ପ୍ରତିକ୍ରିୟା ରଖିଛନ୍ତି କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧି। ଖୁବଶୀଘ୍ର ତିନି ରାଜ୍ୟରେ ମୁଖ୍ୟମନ୍ତ୍ରୀଙ୍କ ନାମ ଘୋଷଣା ହେବ ବୋଲି କହିଛନ୍ତି ରାହୁଲ ଗାନ୍ଧି। ସେ ଏନେଇ କାର୍ଯ୍ୟକର୍ତ୍ତାଙ୍କଠାରୁ ମତାମତ ନେବା ସହ ବିଧାୟକଙ୍କ ସହ ଆଲୋଚନା କରିଥିବା କଥା କହିଛନ୍ତି।

ସୂଚନା ଅନୁସାରେ, ମଧ୍ୟପ୍ରଦେଶ ଏବଂ ରାଜସ୍ଥାନରେ  କଂଗ୍ରେସର ମୁଖ୍ୟମନ୍ତ୍ରୀ କିଏ ହେବ ତାକୁ ନେଇ ଦ୍ୱନ୍ଦ୍ୱ ଦେଖା ଦେଇଛି । ରାଜସ୍ଥାନରେ ଦୁଇ ଆଶାୟୀ ରହିଛନ୍ତି। ଜଣେ ଦଳର ବରିଷ୍ଠ ନେତା ଅଶୋକ ଗେହଲୋତ, ଆଉ ଜଣେ ଯୁବ ଚେହେରା ସଚିନ ପାଇଲଟ୍ । ଉଭୟ ନେତାଙ୍କ ସମର୍ଥକମାନେ ନିଜ ନେତାଙ୍କୁ ମୁଖ୍ୟମନ୍ତ୍ରୀ କରିବାକୁ ଦାବି କରୁଛନ୍ତି । ମଧ୍ୟପ୍ରଦେଶରେ ବି ସମାନ ସ୍ଥିତିରେ ରହିଛି । କମଲନାଥ ଏବଂ ଜ୍ୟୋତିରାଦିତ୍ୟ ସିନ୍ଧିଆ ମୁଖ୍ୟମନ୍ତ୍ରୀ ଦୌଡରେ ରହିଛନ୍ତି । ମଧ୍ୟପ୍ରଦେଶରେ କମଲନାଥ ଆଗୁଆ ଥିବାବେଳେ ରାଜସ୍ଥାନରେ ଅଶୋକ ଗେହଲଟ ମୁଖ୍ୟମନ୍ତ୍ରୀ ଦୌଡରେ ଆଗୁଆ ଅଛନ୍ତି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories