ଭୁବନେଶ୍ବର: ରାଜ୍ୟ ସରକାରଙ୍କ ପକ୍ଷରୁ ଭୁବନେଶ୍ବର ମହାନଗର ନିଗମ(ବିଏମସି)ର ନୂଆ କମିଶନର ଭାବେ ବରିଷ୍ଠ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜେଶ ପ୍ରଭାକର ପାଟିଲଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି। ୨୦୦୫ ବ୍ୟାଚର ଆଇଏଏସ ରାଜେଶ ପ୍ରଭାକର ପାଟିଲଙ୍କୁ ନୂଆ ବିଏମସି କମିଶନର ଭାବେ ନିଯୁକ୍ତି ନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ନିଯୁକ୍ତି ଦିଆଯାଇଛି। ବର୍ତ୍ତମାନର ବିଏମସି କମିଶନର ଅମୃତ କୁଲାଙ୍ଗେ ଏକ ମାସ ଛୁଟିରେ ଯିବେ। ଛୁଟିରୁ ଫେରିଲା ପରେ ତାଙ୍କୁ ନୂଆ ନିଯୁକ୍ତି ମିଳିବ ବୋଲି ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
Popular Categories



