www.samajalive.in
Monday, December 8, 2025
14.1 C
Bhubaneswar

ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା: ହନ୍ତସନ୍ତ ଯାତ୍ରୀ

ଚିଲିକା: କୃଷ୍ଣପ୍ରସାଦରେ ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା। ଜହ୍ନିକୁଦାରୁ ସାତପଡା ଯିବାବେଳେ ଡଙ୍ଗାଟି ନଦୀ ମଝିରେ ଫସିରହିଛି। ଡଙ୍ଗାଟିରେ ୧୦ରୁ ଅଧିକ ବାଇକ୍ ଓ ୩୦ଜଣ ଯାତ୍ରୀ ରହିଥିବା ସୂଚନା ମିଳିଛି। କୌଣସି ଯାନ୍ତ୍ରିକ ତ୍ରୁଟି ଯୋଗୁଁ  ଡଙ୍ଗାଟି ଆଗକୁ ଯାଇପାରୁନି। ସକାଳ ୯ଟା ୪୦ ମିନିଟ୍ ରେ ଡଙ୍ଗାଟି  ଜହ୍ନିକୁଦା ଘାଟ ନିକଟରୁ ଯାତ୍ରା ଆରମ୍ଭ କରିଥିଲା। କିଛି ବାଟ ଯିବା ପରେ ହଠାତ୍ ଡଙ୍ଗାଟିର ଇଞ୍ଜିନ୍ ଖରାପ୍ ହୋଇଯାଇଥିଲା। ଫଳରେ ମଝି ଚିଲିକାରେ ଡଙ୍ଗାଟି ଅଟକି ରହିଛି।  ଯାତ୍ରୀମାନେ ହନ୍ତସନ୍ତ ହେଉଥିବାବେଳେ ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories