www.samajalive.in
Friday, December 5, 2025
17.1 C
Bhubaneswar

ମନ୍ କି ବାତ୍‌ରେ ଓଡିଆ ଦମ୍ପତ୍ତିଙ୍କୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ମନ୍‌ କି ବାତ୍‌ କାର୍ଯ୍ୟକ୍ରମ । ରବିବାର ୧୧୦ତମ ମନ କି ବାତ୍ କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧନ କରିଛନ୍ତି ପ୍ରଧାନମନ୍ତ୍ରୀ। ଆଜିର କାର୍ଯ୍ୟକ୍ରମରେ ଓଡିଆ ଦମ୍ପତ୍ତି ସ୍ଥାନ ପାଇଛନ୍ତି। କଳାହାଣ୍ଡିର ଜୟନ୍ତୀ ମହାପାତ୍ର ଓ ତାଙ୍କ ସ୍ବାମୀ ବୀରେନ୍ ସାହୁଙ୍କୁ ପ୍ରଶଂସା କରାଯାଇଛି। ଉଭୟେ ବେଙ୍ଗାଲୁରୁରେ ମ୍ୟାନେଜ୍‌ମେଣ୍ଟରେ ଉଚ୍ଚ ଶିକ୍ଷିତ। ଉଚ୍ଚ ଶିକ୍ଷିତ ହୋଇ ବି ଛେଳି ପାଳନ କରି ଉଦାହରଣ ସୃଷ୍ଟି କରିଛନ୍ତି। ନିଜେ ସଶକ୍ତ ହେବା ସହ ସାଥୀ ଗ୍ରାମବାସୀ ମାନଙ୍କୁ ମଧ୍ୟ ସଶକ୍ତ କରିଛନ୍ତି। ମାଣିକସ୍ତୁ ଗୋଟ୍ ବ୍ୟାଙ୍କ୍ କରି ଅନ୍ୟମାନଙ୍କୁ ସହାୟକ ହେଉଛନ୍ତି। କଳାହାଣ୍ଡି ସାଲେଭଟା ଗାଁରୁ ଆସି ସମସ୍ତଙ୍କୁ ପ୍ରଭାବିତ କରିଛନ୍ତି। ୫୦ଟି ଗାଁର ପ୍ରାୟ ୧ ହଜାର ଲୋକ ସେମାନଙ୍କ ଦ୍ବାରା ଉପକୃତ ହୋଇଛନ୍ତି।

Hot this week

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

୧୦ ଗୁଣା ବଢ଼ିଲା ବିମାନ ଟିକେଟ ଦର

ସମାଜଲାଇଭ ଡେସ୍କ: ବିଦେଶ ଯାତ୍ରାଠୁ ମହଙ୍ଗା ହେଲା ଭାରତୀୟ ସହରକୁ ବିମାନ...

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

Related Articles

Popular Categories