www.samajalive.in
Thursday, December 11, 2025
16.1 C
Bhubaneswar

ମାଟ୍ରିକ୍ ପ୍ରଶ୍ନପତ୍ର ବିଭ୍ରାଟକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରିଲା ଏବିଭିପି

ଭୁବନେଶ୍ୱର: ମାଟ୍ରିକ୍ ପରୀକ୍ଷା ପ୍ରଶ୍ନପତ୍ର ବିଭ୍ରାଟକୁ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ବାସଭବନ ଘେରିଲା ଏବିଭିପି। ମାଟ୍ରିକ ପରୀକ୍ଷା ପରିଚାଳନାରେ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ବିଫଳ ହୋଇଥିବା ଅଭିଯୋଗ କରି ଏବିଭିପି କର୍ମୀମାନେ ଗଣଶିକ୍ଷା ମନ୍ତ୍ରୀ ସୁଦାମ ମାର୍ଣ୍ଡିଙ୍କ ସରକାରୀ ବାସଭବନ ଘେରାଉ କରିଛନ୍ତି। ମନ୍ତ୍ରୀଙ୍କ ବିରୋଧରେ ନାରାବାଜି କରିବା ସହ କର୍ମୀମାନେ କଳାପତାକା ଦେଖାଇଛନ୍ତି। କିଛି କର୍ମୀ ସୁରକ୍ଷା ବ୍ୟାରିକେଡ୍ ଭାଙ୍ଗିବାକୁ ଚେଷ୍ଟା କରୁଥିବାବେଳେ ପୁଲିସ ସେମାନଙ୍କୁ  ଅଟକାଇଥିଲା।  ତେବେ ଏହି ଘଟଣାରେ କିଛି ବିକ୍ଷୋଭକାରୀଙ୍କୁ ପୁଲିସ ଅଟକ ମଧ୍ୟ ରଖିଥିବା ସୂଚନା ମିଳିଛି। ଇଂରାଜୀ ପ୍ରଶ୍ନପତ୍ର ଲିକ୍ ପଛର କାରଣ ସମ୍ପର୍କରେ ବିକ୍ଷୋଭକାରୀମାନେ ମନ୍ତ୍ରୀଙ୍କ ଠାରୁ ଜବାବ ମାଗିବା ସହ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଛନ୍ତି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories