www.samajalive.in
Monday, December 15, 2025
24.1 C
Bhubaneswar

କାର ଧକ୍କାରେ ବାଇକ ଚାଳକ ଗୁରୁତର

କଲମପୁର: କଲମପୁର ଜୁନାଗଡ଼ ମୁଖ୍ୟ ରାସ୍ତାର କଲମପୁର ତହସିଲ କାର୍ଯ୍ୟାଳୟ ନିକଟରେ ରବିବାର ଘଟିଛି ଏକ ଦୁର୍ଘଟଣା। ଏଥିରେ ଜଣେ ବାଇକ ଚାଳକ ଗୁରୁତର ହୋଇଛନ୍ତି। ତାଙ୍କୁ ଉଦ୍ଧାର କରି ପ୍ରଥମେ କଲମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା ଏବଂ ପରବର୍ତ୍ତୀ ସମୟରେ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି।

ସୂଚନା ଅନୁସାରେ, ମୀନଗୁର ଗ୍ରାମର ସୁଦୀପ୍ତ ପଣ୍ଡା ନାମକ ଜନୈକ ଯୁବକ ଏକ ବାଇକ ଯୋଗେ କଲମପୁର ଜୁନାଗଡ଼ ମୁଖ୍ୟ ରାସ୍ତା ଦେଇ ଜୁନାଗଡ଼ ପଟରୁ କଲମପୁର ଆଡ଼କୁ ଫେରୁଥିଲେ। ଏହି ସମୟରେ କଲମପୁର ତହସିଲ କାର୍ଯ୍ୟାଳୟ ନିକଟରେ ବିପରୀତ ଦିଗରୁ ଯାଉଥିବା ଏକ କାର ସହ ବାଇକର ଧକ୍କା ହୋଇଥିଲା। ଫଳରେ ବାଇକ ଚାଳକ ସୁଦୀପ୍ତ ରାସ୍ତା ଉପରେ ଛିଟିକି ପଡ଼ି ଗୁରୁତର ହୋଇଥିଲେ। ଏନେଇ କଲମପୁର ପୁଲିସ ସୂଚନା ପାଇବା ପରେ ତୁରନ୍ତ ଘଟଣା ସ୍ଥଳରେ ପହଞ୍ଚିଥିଲେ। ସ୍ଥାନୀୟ ଲୋକଙ୍କ ସହଯୋଗରେ ଗୁରୁତର ସୁଦୀପ୍ତଙ୍କୁ ଉଦ୍ଧାର କରି ତୁରନ୍ତ ଚିକିତ୍ସା ପାଇଁ କଲମପୁର ଗୋଷ୍ଠି ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତି କରିଥିଲେ। କିନ୍ତୁ ସଦୀପ୍ତଙ୍କ ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ପାଇଁ ଜିଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରାଯାଇଛି। ସୁଦୀପ୍ତଙ୍କ ଅବସ୍ଥା ସ୍ଥିର ଥିବା କୁହାଯାଉଛି।

Hot this week

ମାଲକାନଗିରିରେ ସ୍ଵାଭାବିକ ହେଲା ଇଣ୍ଟରନେଟ୍

ମାଲକାନଗିରି: ମାଲକାନଗିରିରେ ହିଂସାର ୮ ଦିନ ପରେ ସ୍ଵାଭାବିକ ହେଲା...

ବୈଜୟନ୍ତ ପଣ୍ଡାଙ୍କୁ ଆସାମ ନିର୍ବାଚନ ଦାୟିତ୍ଵ

ସମାଜ ଲାଇଭ ଡ଼େସ୍କ : କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡାଙ୍କୁ ପୁଣି...

କେନାଲ ଖୋଳକୁ ନେଇ ଉତ୍ତେଜନା: ପୁଲିସ ସହ ଧସ୍ତାଧସ୍ତି

ବ୍ରହ୍ମଗିରି: ବ୍ରହ୍ମଗିରି ହରିଦାସ ଗାଁରେ କେନାଲ ଖୋଳାକୁ ନେଇ ପ୍ରବଳ ଉତ୍ତେଜନା...

ନିଷ୍ପତ୍ତି ଉପରେ ଆଉ ଥରେ ବିଚାର କରିବା ଉଚିତ- ନରସିଂହ ମିଶ୍ର

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ ବହିଷ୍କୃତ...

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

Related Articles

Popular Categories