www.samajalive.in
Sunday, December 7, 2025
14.1 C
Bhubaneswar

୨୮ରେ ଓଡ଼ିଶା ଆସିବେ ମହାମହିମ: କମିଶନରେଟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଫେବ୍ରୁଆରି୨୮ରୁ ମାର୍ଚ୍ଚ ୨ ତାରିଖ  ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ସମୟରେ ସେ ଭୁବନେଶ୍ୱର ସମେତ ମୟୁରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁର ଗସ୍ତ କରିବେ। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଗସ୍ତ ପାଇଁ କମିସନରେଟ ପୁଲିସ ପକ୍ଷରୁ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଏନେଇ ଭୁବନେଶ୍ୱର ଡିସିପି ପ୍ରତୀକ ସିଂ ସୂଚନା ଦେଇଛନ୍ତି। ସେ କହିଛନ୍ତି, ରାଜଧାନୀରେ ସୁରକ୍ଷା ଦାୟିତ୍ୱରେ ୩୦ ପ୍ଲାଟୁନ ଫୋର୍ସ ରହିବେ। ଏହାର ନିରୀକ୍ଷଣ ଦାୟିତ୍ୱରେ ରହିବେ ୮୫ ଜଣ ଅଫିସର। ଠିକ୍ ସେହିପରି ୩ ଟି କ୍ୱିକ ରେସ୍ପନ୍ସ ଟିମ, ୨ ଟି ସ୍ପେଶାଲ ଟେକ୍ନିକାଲ ୟୁନିଟ ସୁରକ୍ଷା ଦାୟିତ୍ୱରେ ରହିବେ। ୧୨ ଅତିରିକ୍ତ ଡିସିପି, ୨୫ ଏସିପି, ୪୦ ଇନ୍ସପେକ୍ଟର ଦାୟିତ୍ୱରେ ରହିବେ ୧୬୦ ଟ୍ରାଫିକ ଓ ୧୫୦ ହୋମଗାର୍ଡ ନିୟୋଜିତ ହେବେ।ସେ ଆହୁରି କହିଛନ୍ତି ଯେ, ସଭାସ୍ଥଳରେ ପ୍ରୋଟକଲ ମୁତାବକ ନିମନ୍ତ୍ରିତ ଅତିଥିଙ୍କ ତଥ୍ୟ ରହିବ। ଏଣେ କାରକେଡ଼ ଯିବାବେଳେ ସାଧାରଣ ଲୋକଙ୍କ ଟ୍ରାଫିକ ସମସ୍ୟା ନ ହେବାକୁ ବି ଧ୍ୟାନ ଦିଆଯିବ।

 

- Advertisement -

 

Hot this week

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

Related Articles

Popular Categories