www.samajalive.in
Monday, December 8, 2025
27.1 C
Bhubaneswar

୧୩୦ଜଣଙ୍କୁ ମୁଖ୍ୟମନ୍ତ୍ରୀ ଶିକ୍ଷା ଆୱାର୍ଡରେ ସମ୍ମାନିତ

କଲ୍ୟାଣସିଂହପୁର : ରାୟଗଡା ଜିଲ୍ଲା କଲ୍ୟାଣସିଂହପୁରର ୧୩୦ଜଣ ଛାତ୍ରଛାତ୍ରୀ, ଶିକ୍ଷକ, ବିଦ୍ୟାଳୟ, ବିଦ୍ୟାଳୟ ପରିଚାଳନା କମିଟିକୁ ମୁଖ୍ୟମନ୍ତ୍ରୀ ଶିକ୍ଷା ଆୱାର୍ଡରେ ସମ୍ମାନିତ କରାଯାଇଛି । ରବିବାର ଦିନ ରାୟଗଡା ଜିଲ୍ଳା ସଦର ମହକୁମା ସ୍ଥିତ ଗୋବିନ୍ଦ ଚନ୍ଦ୍ର ଦେବ (ଜିସିଡି)ଉଚ୍ଚ ବିଦ୍ୟାଳୟର ଖେଳ ପଡିଆରେ ଜିଲ୍ଳା ପ୍ରଶାସନ ଓ ଜିଲ୍ଳା ଶିକ୍ଷା ବିଭାଗ ଆନୁକୂଲ୍ୟରେ ୫ଟି ଉଚ୍ଚ ବିଦ୍ୟାଳୟ ରୂପାନ୍ତରିତ କାର୍ଯ୍ୟକ୍ରମର ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଯୋଜନା ଅନ୍ତର୍ଗତ ଜିଲ୍ଳାସ୍ତରୀୟ ପୁରସ୍କାର ବିିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା।
ଅତିରିକ୍ତ ଜିଲ୍ଲାପାଳ ଭାସ୍କର ଚନ୍ଦ୍ର ରଇତଙ୍କ ସଭାପତିତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ, ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ତଥା ଆଇନ ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଦୀପ ପ୍ରଜ୍ୱଳନ ପୂର୍ବକ ଉତ୍ସବକୁ ଉଦଘାଟନ କରିଥିଲେ । ସମ୍ମାନୀତ ଅତିଥି ଭାବେ ରାୟଗଡା ବିଧାୟକ ମକରନ୍ଦ ମୁଦୁଲି, ଜିଲ୍ଳା ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଅନୁସୂୟା ମାଝି, ଜିଲ୍ଳା ପରିଷଦ ଅଧ୍ୟକ୍ଷା ସରସ୍ୱତୀ ମାଝି, ଆମ ଓଡିଶା ନବୀନ ଓଡିଶା ଜିଲ୍ଳା ସଂଯୋଜକ ପି.ଗୈାରୀ ଶଙ୍କର ରାଓ, ଜିଲ୍ଳା ଶିକ୍ଷାଧିକାରୀ ପୂର୍ଣ୍ଣଚନ୍ଦ୍ର ବରିହା, ଅତିରିକ୍ତ ଜିଲ୍ଳା ଶିକ୍ଷାଧିକାରୀ ଭଜନଲାଲ ମାଝି ପ୍ରମୁଖ ମଞ୍ଚାସୀନ ହୋଇଥିଲେ ।
ଜିଲ୍ଳାସ୍ତରୀୟ ପୁରସ୍କାର ବିତରଣ ଉତ୍ସବ କାର୍ଯ୍ୟକ୍ରମରେ ୧୬୫୦ଗୋଟି ପୁରସ୍କାର ବିତରଣ କରାଯାଇଥିଲା । ଏଥି ମଧ୍ୟରୁ କଲ୍ୟାଣସିଂହପୁର ବ୍ଲକକୁ ୧୩୦ଜଣଙ୍କୁ ପୁରସ୍କୃତ କରାଯାଇଛି। ଛାତ୍ର ଏକାଡେମୀ ଆୱାର୍ଡ ୧୦୨ ଜଣ ,ଶ୍ରେଷ୍ଠ ଛାତ୍ର ନେତୃତ୍ୱ ଆୱାର୍ଡ୨୮ଜଣ , ଶ୍ରେଷ୍ଠ ମାଧ୍ୟମିକ ବିଦ୍ୟାଳୟ ଶିକରପାଇ ସରକାରୀ ଉଚ୍ଚ ବିଦ୍ୟାଳୟ , ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସୁଲିପଦର ଓ ନାରାୟଣପୁରକୁ ଆୱାର୍ଡ ,ଖୁଦଭଟ୍ଟା ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଅନିରୁଦ୍ଧ ସାମନ୍ତରାୟଙ୍କୁ ଆୱାର୍ଡ , ଉଚ୍ଚ ପ୍ରାଥମିକ ବିଦ୍ୟାଳୟବିରିଡା , ପ୍ରାଥମିକ ବିଦ୍ୟାଳୟ କେନ୍ଦୁଗୁଡା ଓ ଦେଉଳବାଡି ୩ଟି ବିଦ୍ୟାଳୟକୁ ଆୱାର୍ଡ, ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ରଞ୍ଜିତ କୁମାର ଗିରିଙ୍କୁ ଆୱାର୍ଡ, ସେକେଣ୍ଡାରୀ ସ୍କୁଲ ଭାବେ , ଶିକରପାଇ ଉଚ୍ଚ ବିଦ୍ୟାଳୟକୁ ଆୱାର୍ଡ ମିଳିଛି ।ଏହାକୁ ନେଇ କଲ୍ୟାଣସିଂହପୁର ବ୍ଲକ ଶିକ୍ଷକ ଶିକ୍ଷୟିତ୍ରୀ ,ଗୋଷ୍ଠୀ ଶିକ୍ଷା ଅଧିକାରୀ ,ଅତିରିକ୍ତ ଗୋଷ୍ଠି ଶିକ୍ଷା ଅଧିକାରୀ ମହଲରେ ଖୁସିର ଲହରୀ ଖେଳିଯାଇଛି ।

Hot this week

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ...

ଗାଁ କଳିରୁ ପୋଡାଜଳା , ମେଳି, ଉତ୍ତେଜନା : ୨୪ ଘଣ୍ଟା ଇଣ୍ଟରନେଟ୍ ବନ୍ଦ

ମାଲକାନଗିରି: ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ମାରିୱାଡ଼ା ପଞ୍ଚାୟତ ଅନ୍ତର୍ଗତ ରାଖେଲଗୁଡ଼ା...

Related Articles

Popular Categories