www.samajalive.in
Sunday, December 14, 2025
23.1 C
Bhubaneswar

ଉତ୍କଳ ସମାବର୍ତ୍ତନ ଉତ୍ସବ: ପିଏଚଡି ଏବଂ ସ୍ବର୍ଣ୍ଣପଦକ ନେବାକୁ ପଞ୍ଜୀକରଣ ପାଇଁ ପରୀକ୍ଷା ନିୟନ୍ତ୍ରକଙ୍କ ପରାମର୍ଶ

ଭୁବନେଶ୍ବର: ଉତ୍କଳ ବିଶ୍ବବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ ଫେବୃଆରୀ ୨୯ରେ ଅନୁଷ୍ଠିତ ହେବ। ଏଥିରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟଅତିଥି ଭାବେ ଯୋଗଦେଇ ଦୀକ୍ଷାନ୍ତ ଭାଷଣ ପ୍ରଦାନ ପାଇଁ ସ୍ବୀକୃତି ପ୍ରଦାନ କରିଛନ୍ତି। ଏହି ଅବସରରେ ଛାତ୍ରଛାତ୍ରୀଙ୍କୁ ପିଏଚଡି ଡିଗ୍ରୀ, ସ୍ବର୍ଣ୍ଣପଦକ ଓ ଆର୍ଥିକ ପୁରସ୍କାର ପ୍ରଦାନ କରାଯିବ। ଛାତ୍ରଛାତ୍ରୀମାନେ ଏଥିପାଇଁ ପଞ୍ଜୀକରଣ କରିବା ଉଚିତ।

https://www.onlinesbi.sbi/sbicollect/icollecthome.htm?corpID=370730 ଏବଂ https://ddce.uuems.inରେ ଛାତ୍ରଛାତ୍ରୀମାନେ ପଞ୍ଜୀକରଣ କରିବାକୁ ପରୀକ୍ଷା ନିୟନ୍ତ୍ରକ ଡ.ଚିନ୍ମୟ ପ୍ରଧାନ ପରାମର୍ଶ ଦେଇଛନ୍ତି। ଚଳିତ ବର୍ଷ ୧୬୬ଜଣଙ୍କୁ ପିଏଚଡି ଡିଗ୍ରୀ ଏବଂ ୧୦୬ଜଣଙ୍କୁ ସ୍ବର୍ଣ୍ଣ ପଦକ ଓ ଆର୍ଥିକ ପୁରସ୍କାର ରାଶି ପ୍ରଦାନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି ବୋଲି ସେ ସୂଚନା ଦେଇଛନ୍ତି।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories