www.samajalive.in
Monday, December 8, 2025
16.1 C
Bhubaneswar

ରାଜ୍ୟସଭା ନିର୍ବାଚନ ପାଇଁ ଚାଲିଛି ମତଦାନ

ନୂଆଦିଲ୍ଲୀ: ଦେଶରେ ଲୋକସଭା ନିର୍ବାଚନ ପୂର୍ବରୁ ଉତ୍ତରପ୍ରଦେଶ ସମେତ ୧୫ଟି ରାଜ୍ୟରେ ରାଜ୍ୟସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହୋଇଛି। ଏହି ନିର୍ବାଚନରେ ମୋଟ ୫୭ଟି ରାଜ୍ୟସଭା ଆସନରେ ନୂଆ ସଦସ୍ୟ ନିର୍ବାଚିତ ହେବେ। ସେଥିମଧ୍ୟରୁ ୪୧ଟି ଆସନରେ ବିନା ପ୍ରତିଦ୍ୱନ୍ଦ୍ୱିତାରେ ପ୍ରାର୍ଥୀ ନିର୍ବାଚିତ ହୋଇସାରିଛନ୍ତି। ଅବଶିଷ୍ଟ ୧୫ଟି ଆସନ ଲାଗି ମଙ୍ଗଳବାର ସକାଳ ୯ଟାରୁ ମତଦାନ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୪ଟାରେ ଶେଷ ହେବ। ଏହାପରେ ସନ୍ଧ୍ୟା ୫ଟାରୁ ଭୋଟ ଗଣତି ଆରମ୍ଭ ହୋଇ ରାତିରେ ଫଳାଫଳ ପ୍ରକାଶ କରାଯିବ।

ଏହି ନିର୍ବାଚନରେ ଉତ୍ତରପ୍ରଦେଶ, ହିମାଚଳ ପ୍ରଦେଶ, କର୍ଣ୍ଣାଟକରେ ମତଦାନ ଚାଲିଛି। କଂଗ୍ରେସ ଶାସିତ କର୍ଣ୍ଣାଟକ, ହିମାଚଳ ପ୍ରଦେଶର ୩ଟି ଆସନ ଏବଂ ୟୁପିର ଗୋଟିଏ ଆସନ ଉପରେ ସମସ୍ତଙ୍କ ନଜର ରହିଛି। ୟୁପିରେ ୧୦ଟି ଆସନ ପାଇଁ ୧୧ଜଣ ପ୍ରାର୍ଥୀ ରହିଛନ୍ତି।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories