www.samajalive.in
Sunday, December 14, 2025
19.1 C
Bhubaneswar

ରାଜ୍ୟ ପୁଲିସକୁ ଆଧୁନୀକିକରଣ ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଛି: ଅରୁଣ ଷଡଙ୍ଗୀ

କଟକ: ରାଜ୍ୟ ଆରକ୍ଷୀ ମହାନିର୍ଦ୍ଦେଶକ ଅରୁଣ କୁମାର ଷଡଙ୍ଗୀ କଟକସ୍ଥିତ ଷଷ୍ଠ ବାଟାଲିୟନ ପରିସରରେ ୨୮୫ ଟି ନୂତନ ଯାନ (୭୧ଟି ବୋଲେରୋ, ୯୪ଟି ମଟର ସାଇକେଲ ଏବଂ ୧୨୦ଟି ସ୍କୁଟି) ସାଧାରଣ ଜନତାଙ୍କୁ ଉପଯୁକ୍ତ ସେବା ପ୍ରଦାନ କରିବା ଉଦେଶ୍ୟରେ ଲୋକାର୍ପଣ କରିଛନ୍ତି। ପୁଲିସର କାର୍ଯ୍ୟ ଦକ୍ଷତା ବୃଦ୍ଧି ହେବା ସହ ଅପରାଧ ତଦନ୍ତ, ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ, ସାଧାରଣ ଜନତାଙ୍କ ପାଇଁ ଏକ ସୁରକ୍ଷିତ ପରିବେଶ ଗଢିବା, ଅପରାଧର ସମାଧାନ, ନ୍ୟାୟ ସୁନିଶ୍ଚିତ କରିବା ଏବଂ ଜରୁରୀ ସମୟରେ ତ୍ବରିତ ପଦକ୍ଷେପ ଆଦିରେ ଉନ୍ନତି ଆଣିବାରେ ଏହି ଯାନ ଗୁଡିକ ସହାୟକ ହେବ ବୋଲି ଡିଜିପି ଶ୍ରୀ ଷଡଙ୍ଗୀ ମତବ୍ୟକ୍ତ କରିଛନ୍ତି। ରାଜ୍ୟରେ ମହିଳା ଏବଂ ଶିଶୁଙ୍କ ବିରୋଧରେ ଘଟୁଥିବା ଅପରାଧକୁ ନିୟନ୍ତ୍ରଣ କରିବା ପାଇଁ ମହିଳା ଓ ଶିଶୁ ଡେସ୍କ କାର୍ଯ୍ୟ କରୁଛି ।

ଏହାକୁ ଆହୁରି ସୁଦୃଢ କରିବା ପାଇଁ ମହିଳା ଓ ଶିଶୁ ବିକାଶ ମନ୍ତ୍ରଣାଳୟ ବିଭାଗ ପକ୍ଷରୁ “ନିର୍ଭୟା ଯୋଜନା” ରେ ୧୨୦ଟି ସ୍କୁଟି ପ୍ରଦାନ କରାଯାଇଛି । ଫଳରେ ମହିଳା ପୁଲିସମାନେ ଅଭିଯୋଗ ଶୁଣାଣି ଏବଂ ଅପରାଧର ତଦନ୍ତ ତୁଲାଇବାରେ ସକ୍ଷମ ହୋଇପାରିବେ ବୋଲି ସେ ଆଶାବ୍ୟକ୍ତ କରିଥିଲେ । ଏହାସହ ରାଜ୍ୟ ପୁଲିସକୁ ଆଧୁନୀକିକରଣ କରିବା ପାଇଁ ସମସ୍ତ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ଡିଜିପି ମତବ୍ୟକ୍ତ କରିଥିଲେ । ଆଗାମୀ ଦିନରେ ରାଜ୍ୟବାସୀଙ୍କୁ ଗୁଣାତ୍ମକ ସେବା ପ୍ରଦାନ ପୁଲିସ ପ୍ରଶାସନକୁ ଆହ୍ବାନ ଦେଇଥିଲେ। ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଆରକ୍ଷୀ ମହାନିର୍ଦେଶକ (ଏଚଆରପିସି) ଲଳିତ ଦାସ, ଅତିରିକ୍ତ ଆରକ୍ଷୀ ମହାନିର୍ଦେଶକ (ମୁଖ୍ୟାଳୟ) ଆର. କେ. ଶର୍ମା ପ୍ରମୁଖ ଉପସ୍ଥିତ ଥିଲେ ।

- Advertisement -

ଏହି ଅବସରରେ ଅତିରିକ୍ତ ଆରକ୍ଷୀ ମହାନିର୍ଦେଶକ (କ୍ରାଇମ ବ୍ରାଞ୍ଚ) ଅରୁଣ କୁମାର ବୋଥ୍ରା ଏବଂ ମହିଳା ଓ ଶିଶୁ ଅପରାଧ ନିରାକରଣ ଶାଖାର ଆଇଜି.ପି ଏସ. ସାଇନି ଏହି ଯାନ ଗୁଡିକ ପୁଲିସ ବିଭାଗରେ ସାମିଲ ହେବା ଦ୍ବାରା କ୍ରିୟାଶୀଳ ହୋଇ କାର୍ଯ୍ୟ କରିବ ଏବଂ ଲୋକଙ୍କୁ ତ୍ବରିତ ସେବା ପ୍ରଦାନ କରିବାରେ ସକ୍ଷମ ହେବ ବୋଲି ମତବ୍ୟକ୍ତ କରିଥିଲେ ।

କାର୍ଯ୍ୟକ୍ରମରେ ଆଇ.ଜି (ପ୍ରୋଭିଜନିଙ୍ଗ) ଯତୀନ୍ଦ୍ର କୋୟଲ ସ୍ଵାଗତ ଭାଷଣ ପ୍ରଦାନ କରିବା ସହ କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ। ଏହି ଅବସରରେ ସେ ୮ କୋଟି ୧୮ ଲକ୍ଷ ୩୨ ହଜାର ୪୨୧ ଟଙ୍କା ବ୍ୟୟରେ ୨୮୫ଟି ନୂତନ ପୁଲିସ ଯାନ କ୍ରୟ କରାଯାଇଥିବା ସମ୍ପର୍କରେ ସୂଚନା ଦେଇଥିଲେ । ଏହାସହ ଆଗାମୀ ଦିନରେ ଓଡିଶା ପୋଲିସକୁ ଆହୁରି ଆଧୂନିକୀକରଣ କରାଯିବ ବୋଲି ମତପ୍ରକାଶ କରିଥିଲେ । ଉକ୍ତ କାର୍ୟ୍ୟକ୍ରମରେ ବହୁ ବରିଷ୍ଠ ପୁଲିସ ଅଧିକାରୀଗଣ ଉପସ୍ଥିତ ଥିଲେ ।

Hot this week

ମାଲକାନଗିରି ହିଂସା:୧୨ ଗିରଫ

ସମାଜ ଲାଇଭ ଡ଼େସ୍କ:ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories