www.samajalive.in
Saturday, December 6, 2025
26.1 C
Bhubaneswar

ଆସୁଛନ୍ତି ରାଷ୍ଟ୍ରପତି: ଖୋର୍ଦ୍ଧା, କଟକ, ମୟୁରଭଞ୍ଜ, ଗଞ୍ଜାମ, ସମ୍ବଲପୁର ଜିଲ୍ଲାର ବିଭିନ୍ନ କାର୍ଯ୍ୟକ୍ରମରେ ହେବେ ସାମିଲ

ଭୁବନେଶ୍ବର: ଆଜି(ବୁଧବାର)ନିଜ ଜନ୍ମମାଟି ଓଡିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପ୍ରଥମେ ନିଜ ଜିଲ୍ଲା ତଥା ନିଜ ଘର ମୟୁରଭଞ୍ଜ ଗସ୍ତ କରିବେ ରାଷ୍ଟ୍ରପତି। ରାଷ୍ଟ୍ରପତିଙ୍କର ଏହା ତୃତୀୟ ଗସ୍ତ। ମୟୁରଭଞ୍ଜ ଜିଲ୍ଲା ଗସ୍ତ ସମୟରେ ବିଭିନ୍ନ ଗୁରୁତ୍ଵପୂର୍ଣ୍ଣ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବାର କାର୍ଯ୍ୟକ୍ରମ ରହିଛି।  ଓଡିଶାରେ ମହାମହିମଙ୍କର ୪ ଦିନିଆ ରହଣି କାର୍ଯ୍ୟକ୍ରମ ରହିଛି। ଖୋର୍ଦ୍ଧା, ମୟୁରଭଞ୍ଜ, ଗଞ୍ଜାମ, ସମ୍ବଲପୁରର ବିଭିନ୍ନ କାର୍ଯ୍ୟକ୍ରମରେ ସାମିଲ ହେବେ । ଅପରାହ୍ନ ୨ଟା ୩୦ସମୟରେ ଖିଚିଂର ପାଣ୍ଡରଶିଳ ଗାଁରେ ପହଁଚିବେ ରାଷ୍ଟପ୍ରତି । ୨ଟା ୪୦ରୁ ୩ଟା ୪୫ ପର୍ଯ୍ୟନ୍ତ ରାଷ୍ଟ୍ରପତି ମା କିଚକେଶ୍ୱରୀଙ୍କୁ ଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି । ରାଇରଙ୍ଗପୁର ଦାଣ୍ଡପୋଷ ଯାଇ କେନ୍ଦ୍ରୀୟ ବିଦ୍ୟାଳୟ ପାର୍ଶ୍ବରେ ନିର୍ମାଣ ହେବାକୁ ଥିବା ହଲିଡେ ହୋମର ଭିତ୍ତିପ୍ରସ୍ଥର ସ୍ଥାପନ ସହିତ ଭିସି ଜରିଆରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବେ ଦ୍ରୌପଦୀ ମୁର୍ମୁ । ରାତିରେ ମହୁଲଡିହା ସ୍ଥିତ ନିଜ ବାସଭବନରେ ରାତ୍ରି ଯାପନ କରିବାର କାର୍ଯ୍ୟକ୍ରମ ରହିଛି। ଗୁରୁବାର କେନ୍ଦୁଝର ଏବଂ ଭୁବନେଶ୍ବର ଭଳି ବିଭିନ୍ନ ସ୍ଥାନରେ ଅନେକ କାର୍ଯ୍ୟକ୍ରମରେ ଯୋଗଦେବାର ସୂଚନା ରହିଛି। ମହାମହିମଙ୍କ ଗସ୍ତକୁ ଦୃଷ୍ଟିରେ ରଖି ରାଜ୍ୟର ବିଭିନ୍ନ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡି କରାଯାଇଛି ।

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories