www.samajalive.in
Saturday, December 6, 2025
19.1 C
Bhubaneswar

ଏନଏସି ମାନ୍ୟତା ଦାବିରେ ରାଜ୍ୟର ବିଭିନ୍ନ ସ୍ଥାନରେ ବନ୍ଦ ପାଳନ

ସମ୍ବଲପୁର : ଏନଏସି ଘୋଷଣା ଦାବିରେ ତେଜୁଛି ପ୍ରତିବାଦ । ବିଭିନ୍ନ ସ୍ଥାନରେ ବନ୍ଦ ପାଳନ କରାଯାଉଛି । ଏହି କ୍ରମରେ ସମ୍ବଲପୁର କୁଚିଣ୍ଡା  ବାମରା,  ସୋର ଖଇରାରେ ବନ୍ଦ ପାଳନ କରାଯାଇଛି । ସମ୍ବଲପୁର ଜିଲ୍ଲା ବାମରାକୁ ଏନଏସି ଘୋଷଣା ଦାବି ବନ୍ଦ ପାଳନ । ଦୀର୍ଘ ଦିନ ଧରି ଦାବି ହୋଇଆସୁଥିଲେ ମଧ୍ୟ ଏନଏସି ଘୋଷଣା କରାନଯିବାକୁ ନେଇ ସ୍ଥାନୀୟ ଲୋକ କ୍ଷୋଭ ପ୍ରକାଶ କରିଛନ୍ତି। ରାଜ୍ୟ ସରକାର ୩୫ ଗୋଟି ଏନଏସି ଘୋଷଣା କରିଥିବାବେଳେ ବାମରା ବାଦ୍ ପଡିଥିବାରୁ ସ୍ଥାନୀୟ ଲୋକ ଆଜି(ବୁଧବାର) ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛନ୍ତି। ତେବେ ବନ୍ଦରୁ ଅତ୍ୟାବଶ୍ୟକୀୟ ସେବାକୁ ବାଦ୍ ଦିଆଯାଇଛି। ଆନ୍ଦୋଳନ ଯୋଗୁଁ ଦୋକାନ ବଜାର ସବୁ ବନ୍ଦ ରହିଛି। ନାଗରିକ କ୍ରିୟାନୁଷ୍ଠାନ କମିଟି ନେତୃତ୍ଵରେ ବଣିକ ସଂଘ ଏବଂ ଅନ୍ୟ ସମସ୍ତ ସଂଘ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ସୋର ଖଇରାରେ ମଧ୍ୟ ଏନଏସି ଘୋଷଣା ଦାବି କରି ୮ ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି।  ଦୋକାନ ବଜାର, ସରକାରୀ ଓ ବେସରକାରୀ ପ୍ରତିଷ୍ଠାନ ବନ୍ଦ ରହିବା ସହ ଗାଡ଼ି ମୋଟର ଚଳାଚଳ ବନ୍ଦ ରହିଛି । ଫଳରେ ଯାତାୟତ ସମ୍ପୂର୍ଣ୍ଣ ରୂପେ ଠପ୍ ହୋଇଯାଇଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories