www.samajalive.in
Sunday, December 14, 2025
17.1 C
Bhubaneswar

ଅବକାରୀ କାର୍ଯ୍ୟାଳୟ ପରିସରରେ ଅଗ୍ନିକାଣ୍ଡ: ଜଳିଗଲା ୧୦ ବାଇକ୍

କାମାକ୍ଷାନଗର: ଢେଙ୍କାନାଳ କାମାକ୍ଷାନଗର ଅବକାରୀ କାର୍ଯ୍ୟାଳୟ ପରିସରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ୧୦ଟି ବାଇକ୍ ଜଳିପୋଡି ପାଉଁଶ ହୋଇଯାଇଛି। ସୂଚନା ମୂତାବକ ମଙ୍ଗଳବାର ବିଳମ୍ବିତ ରାତିରେ କାମାକ୍ଷାନଗର ଅବକାରୀ କାର୍ଯ୍ୟାଳୟର ପଛ ପାଖରେ ନିଆଁ ଲାଗିଯାଇଥିଲା। ଅଳ୍ପ ସମୟ ମଧ୍ୟରେ ନିଆଁ ଆଖପାଖ ଅଞ୍ଚଳକୁ ବ୍ୟାପି ଯାଇଥିଲା। ଫଳରେ କାର୍ଯ୍ୟାଳୟରେ ଥିବା ୧୦ରୁ ଅଧିକ ବାଇକ୍ ଜଳିପୋଡି ପାଉଁଶ ହୋଇଯାଇଥିଲା। ପରେ ଅଗ୍ନିଶମବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ। ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଜଣାପଡିନଥିବାବେଳେ ସର୍ଟ ସର୍କିଟ୍‌ରୁ ନିଆଁ ଲାଗିଥାଇପାରେ ବୋଲି ଅନୁମାନ କରାଯାଉଛି।

 

- Advertisement -

 

 

 

 

 

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories