www.samajalive.in
Sunday, December 7, 2025
26.1 C
Bhubaneswar

ଓଡିଶା ଗସ୍ତର ଦ୍ବିତୀୟ ଦିନରେ କେନ୍ଦୁଝର ଓ ଭୁବନେଶ୍ବରରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ ରାଷ୍ଟ୍ରପତି

କେନ୍ଦୁଝର: ୪ ଦିନିଆ ଓଡିଶା ଗସ୍ତରେ ଆସିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ବୁଧବାର ମୟୁରଭଞ୍ଜ ଜିଲ୍ଲା ଯାଇଥିବାବେଳେ ଗୁରୁବାର ମହାମହିମଙ୍କର କେନ୍ଦୁଝର ଜିଲ୍ଲାରେ କାର୍ଯ୍ୟକ୍ରମ ରହିଛି। ଆଜି(ବୁଧବାର) କେନ୍ଦୁଝର ଯାଇ ଗୋନାସିକା କଦଳୀବାଡି ଗାଁର ଆଦିମ ଅଧିବାସୀ ସଦସ୍ୟଙ୍କୁ ଭେଟିବେ। ପରେ ଧରଣୀଧର ବିଶ୍ବ ବିଦ୍ୟାଳୟର ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଯୋଗଦେବେ। ଏଥିପାଇଁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସେଠାରୁ ଫେରି ଉତ୍କଳ ବିଶ୍ବ ବିଦ୍ୟାଳୟର ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଶୁକ୍ରବାର ବ୍ରହ୍ମପୁର ବିଶ୍ବ ବିଦ୍ୟାଳୟର ସମାବର୍ତ୍ତନ ଉତ୍ସବ, କଟକରେ ବ୍ରହ୍ମକୁମାରୀ ଓଡିଶାର ସୁବର୍ଣ୍ଣ ଜୟନ୍ତୀ ସମାରୋହ ଏବଂ ରାଜଭବନରେ ପ୍ରଧାନମନ୍ତ୍ରୀ ଜନମନର ଉପସ୍ଥାପନା ଦେଖିବେ । ମାର୍ଚ୍ଚ ୨ରେ ସମ୍ବଲପୁର ଜିଲ୍ଲା ଗସ୍ତରେ ଯାଇ ସନ୍ଥ କବି ଭୀମଭୋଈଙ୍କ ସହ ଜଡିତ ବିଭିନ୍ନ ସ୍ଥାନ ପରିଦର୍ଶନ କରି ମହିମା ଧର୍ମାବଲମ୍ବୀଙ୍କୁ ଭେଟିବାର କାର୍ଯ୍ୟକ୍ରମ ରହିଛି। ବୁଧବାର ରାଷ୍ଟ୍ରପତି ତାଙ୍କ ମହୁଲଡିହାସ୍ଥିତ ବାସଭବନରେ ରାତ୍ରି ଯାପନ କରିଥିଲେ।

Hot this week

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

Related Articles

Popular Categories