www.samajalive.in
Tuesday, December 9, 2025
26.1 C
Bhubaneswar

ଡିଭାଇଡରକୁ ପିଟି ଓଲଟି ପଡିଲା ବୋଲେରୋ: ୧୦ ଆହତ

ଖଲ୍ଲିକୋଟ: ଗଞ୍ଜାମ ଖଲ୍ଲିକୋଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଏକ ବୋଲେରୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ବୋଲେରୋଟି ଡିଭାଇଡରକୁ ପିଟି ଓଲଟି ପଡିବା ଫଳରେ ୧୦ ଜଣ ଆହତ ହୋଇଛନ୍ତି। ମାଲକାନଗିରି ବାଲିମେଳାରୁ ପୁରୀ ଯାଉଥିବା ବେଳେ ୧୬ ନମ୍ବର ଜାତୀୟ ରାଜପଥ ସିଙ୍ଗଡାପଲ୍ଲୀ ନିକଟରେ ଏହି ଦୁର୍ଘଟଣା ଘଟିଛି । ୧୦ ଆହତଙ୍କ ମଧ୍ୟରୁ ୮ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ସମସ୍ତ ଗୁରୁତରଙ୍କୁ ପ୍ରଥମେ ଖଲ୍ଲିକୋଟ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଓ ପରେ ବ୍ରହ୍ମପୁର ଏମକେସିଜି  ସ୍ଥାନାନ୍ତର କରାଯାଇଛି। ପରେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଅପରାହ୍ନ ୩ଟା ମୁଖ୍ୟ ଖବର

() ବାରବାଟୀରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦ ମ୍ୟାଚ୍ କୁ ନେଇ...

କେଉଁ ଡାଲି ଶରୀର ପାଇଁ ଜରୁରୀ: ରକ୍ତଚାପ, କୋଲେଷ୍ଟ୍ରଲ ଏବଂ ଓଜନ ମଧ୍ୟ ହ୍ରାସ ପାଇଥାଏ

ସମାଜ ଡିଜିଟାଲ ଡେସ୍କ: ଡାଲି ପୁଷ୍ଟିସାରରେ ଭରପୂର ରହିଥାଏ। ଏଥିରେ ପ୍ରଚୁର...

ସରିଲା ଶୀତକାଳୀନ ଅଧିବେଶନ

ଭୁବନେଶ୍ଵର: ସରିଲା ବିଧାନସଭା ଶୀତକାଳୀନ ଅଧିବେଶନ। ନିର୍ଦ୍ଧାରିତ ସମୟ ପୂର୍ବରୁ ଅଧିବେଶନ...

ବିଦ୍ୟୁତ୍ ତାର ଲାଗି ତାଲିମ ବିମାନ ଦୁର୍ଘଟଣା

ସମାଜ ଲାଇଭ ଡ଼େସ୍କ : ମଧ୍ୟପ୍ରଦେଶର ସିଓନିରେ ଏକ ତାଲିମ ବିମାନ...

ଅଜବ ନିଶା: କାରରେ ଭିଆଇପି ନମ୍ବର ପାଇଁ ୨୭ଲକ୍ଷ ଟଙ୍କାର ନିଲାମ, ଭାଙ୍ଗିଲା ସବୁ ରେକର୍ଡ

ସମାଜ ଡିଜିଟାଲ ଡେସ୍କ: ଉତ୍ତର ପ୍ରଦେଶର ନୋଏଡାରେ ଏକ ଅଜବ ଘଟଣା...

Related Articles

Popular Categories