www.samajalive.in
Monday, December 15, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା : ବଢିଲା ଗଣଶିକ୍ଷକଙ୍କ ଦରମା

ଭୁବନେଶ୍ୱର: ରାଜ୍ୟରେ ଗଣଶିକ୍ଷକଙ୍କ ପାଇଁ ବଡ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ। ଓଟିଇଟି ପାସ୍‍ କରିନଥିବା ଗଣଶିକ୍ଷକଙ୍କ ପାରିଶ୍ରମିକ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ମାସିକ ଦରମା ୭ହଜାରୁ ୧୦ହଜାର ଟଙ୍କାକୁ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ଏଥିରେ ୧ହଜାର ୧୨୧ଜଣ ଗଣଶିକ୍ଷକ ଉପକୃତ ହେବେ। ଏହାସହିତ ଓଟିଇଟି ପାସ୍‍ କରିଥିବା ଗଣଶିକ୍ଷକଙ୍କୁ ନିୟମିତ କରାଯିବ। ଏକ୍ସ କ୍ୟାଡର ଭାବେ ନିୟମିତ କରିବାକୁ ରାଜ୍ୟ ସରକାର ଘୋଷଣା କରିଛନ୍ତି। ଏହି ନିଷ୍ପତି ଦ୍ୱାରା ୧୪୭୨ ଗଣଶିକ୍ଷକ ଉପକୃତ ହେବେ।
ଓଟିଇଟି ପାସ କରିଥିବା ସହକାରୀ ଶିକ୍ଷକଙ୍କୁ ବାର୍ଷିକ ଏନକ୍ରିମେଣ୍ଟ ପ୍ରଦାନ କରାଯିବ। ଏହାଦ୍ୱାରା ୯ହଜାର ୫୨୦ ସହକାରୀ ଶିକ୍ଷକ ଉପକୃତ ହେବେ। ଏହିସବୁ ନିଷ୍ପତି ଦ୍ୱାରା ରାଜ୍ୟରେ ମୋଟ ୧୨ହଜାର ୧୧୩ଜଣ ଗଣଶିକ୍ଷକ ଉପକୃତ ହେବେ। ସୂଚନା ଅନୁସାରେ ୫ଟି ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ ଜିଲାଗସ୍ତ ବେଳେ ବିଭିନ୍ନ ସ୍ଥାନରେ ଏହି ପ୍ରସ୍ତାବ ମିଳିଥିବାରୁ ରାଜ୍ୟ ସରକାର ଏଥିପ୍ରତି ଦୃଷ୍ଟି ଦେଇ ଘୋଷଣା କରିଛନ୍ତି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories