www.samajalive.in
Monday, December 8, 2025
20.1 C
Bhubaneswar

ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ଭେଟିଲେ ବିଲ୍‍ ଗେଟ୍ସ

ନୂଆଦିଲ୍ଲୀ: ଭାରତ ଗସ୍ତରେ ଥିବା ମାଇକ୍ରୋସଫ୍ଟର ସହ ପ୍ରତିଷ୍ଠାତା ବିଲ୍‍ ଗେଟ୍ସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି। ମୋଦୀଙ୍କୁ ସାକ୍ଷାତ କରିବା ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଥିବା ସୂଚନା ମିଳିଛି। ଆର୍ଟିଫିସିଆଲ ଇଣ୍ଟଲିଜେନ୍ସିର ସଦୁପଯୋଗ, ମହିଳା ସଶକ୍ତିକରଣ, କୃଷି ଏବଂ ସ୍ୱାସ୍ଥ୍ୟସେବା ସମ୍ପର୍କରେ ଆଲୋଚନା ହୋଇଥିବା ଜଣାପଡିଛି। ଏନେଇ ବିଲ ଗେଟ୍ସ ସୋସିଆଲ ମିଡ଼ିଆ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି।
ସେହିପରି ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ବିଲ୍ ଗେଟ୍ସଙ୍କ ପୋଷ୍ଟକୁ ରି-ପୋଷ୍ଟ କରିବା ସହ କୋଟି କୋଟି ଲୋକଙ୍କ ଉନ୍ନତି ଲାଗି ଯାହା ସମ୍ଭବ ସେ ସଂପର୍କରେ ଆଲୋଚନା କରି ଖୁସିବ୍ୟକ୍ତ କରିଛନ୍ତି। ଭାରତ ଗସ୍ତରେ ଆସି ବିଭିନ୍ନ ସ୍ଥାନ ବୁଲି ବିଭିନ୍ନ କାର୍ୟ୍ୟକ୍ରମରେ ଯୋଗ ଦେବା ସହ ଭାରତୀୟ ଜିନିଷ ଗୁଡ଼ିକର ଭରପୁର ମଜା ନେଉଛନ୍ତି ବିଲ୍‍ ଗେଟ୍ସ । ନିକଟରେ ସେ ଓଡ଼ିଶା ଗସ୍ତରେ ଆସିଥିଲେ।

- Advertisement -

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories