www.samajalive.in
Saturday, December 6, 2025
26.1 C
Bhubaneswar

ଟ୍ରକକୁ ପିଟିଲା ଆମ୍ବୁଲାନ୍ସ, ଜଣେ ମୃତ

ବାଲେଶ୍ୱର : ବାଲେଶ୍ୱର ଜିଲା ୬୦ ନମ୍ବର ଜାତୀୟ ରାଜପଥର ହଳଦୀପଦା ନିକଟରେ ଶୁକ୍ରବାର ଏକ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏକ ଆମ୍ବୁଲାନ୍ସଟି ଟ୍ରକକୁ ପଛ ପଟୁ ଧକ୍କା ଦେଇଥିଲା। ଏଥିରେ ଜଣେ ମହିଳାଙ୍କର ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୫ ଜଣ ଆହତ ହୋଇଛନ୍ତି। ସୂଚନା ଅନୁଯାୟୀ, ସମସ୍ତ ଆହତମାନଙ୍କୁ ବାଲେଶ୍ୱର ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଆମ୍ବୁଲାନ୍ସ ଡ଼୍ରାଇଭରଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ଆମ୍ବୁଲାନ୍ସଟି ବାଲିଆପାଳ ହାସିମପୁରରୁ ଜଣେ ହୃଦରୋଗୀଙ୍କୁ ନେଇ ବାଲେଶ୍ୱର ଆସୁଥିଲା। ସକାଳ ସମୟରେ ହଳଦୀପଦା ନିକଟରେ ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକକୁ ଆମ୍ବୁଲାନ୍ସଟି ପଛ ପଟୁ ଧକ୍କା ଦେଇଥିବା ସୂଚନା ମିଳିଛି।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories