www.samajalive.in
Sunday, December 7, 2025
14.1 C
Bhubaneswar

ସମ୍ପୂର୍ଣ୍ଣ ସପ୍ତାହରେ ଏହି ରାଶିଙ୍କର ଭଲ ମନ୍ଦ, କେଉଁ ମନ୍ତ୍ର ଜପ କରିବେ ଜାଣନ୍ତୁ

ମେଷ- ରବିବାର ଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ଜଗିରଖି ଚଳନ୍ତୁ। କର୍ମକ୍ଷେତ୍ରରେ ଅସୁବିଧା ଦେଖାଦେବ। ବୁଧବାର ଓ ଗୁରୁବାର ନୂତନ ନିଯୁକ୍ତି ମିଳିପାରେ। ଆୟ ବୃଦ୍ଧିହେବ। ଶୁକ୍ରବାର ଓ ଶନିବାର ସାମାଜିକ କାର୍ଯ୍ୟରେ ଯୋଗଦାନ କରିବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ପାଇବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ହନୁମାନ ଚାଳିଶା ପାଠ କରନ୍ତୁ ଓ ବସ୍ତ୍ରଦାନ କରନ୍ତୁ।

ବୃଷ- ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମକ୍ଷେତ୍ରରେ ମଧ୍ୟମ ସଫଳତା ପାଇବେ, ଆୟ ବୃଦ୍ଧିହେବ। ବୁଧବାର ଓ ଗୁରୁବାର ଆଧ୍ୟାତ୍ମିକ ବାଦୀ ହେବେ। ଶୁକ୍ରବାର ଓ ଶନିବାର ଯାତ୍ରାକାଳୀନ ଦୁର୍ଘଟଣାର ସମ୍ମୁଖୀନ ହେବେ। ମହିଳା ଓ ବିଦ୍ୟାର୍ଥୀ ଜଗିରଖି ଚଳିବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ ଓ ଗରିବଙ୍କୁ ଅନ୍ନଦାନ କରନ୍ତୁ।

- Advertisement -

ମିଥୁନ- ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ କର୍ମ ଅନୁରୂପ ଫଳ ପ୍ରାପ୍ତି ହେବ। ଅନ୍ୟକୁ ସାହାଯ୍ୟ କରି ଆନନ୍ତ ଦି ହେବେ। ବୁଧବାର ଓ ଗୁରୁବାର ସୃଜନଶୀଳ ପ୍ରତିଭାର ବିକାଶ ଘଟିବ। ଶୁକ୍ରବାର ଓ ଶନିବାର ଦାମ୍ପତ୍ୟରେ ଆନନ୍ଦ ପ୍ରାପ୍ତ ହେବ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟ ଖଣ୍ଡନ ପାଇଁ ଶ୍ରୀ ଦୁର୍ଗା ସହସ୍ର ନାମ ପାଠ କରନ୍ତୁ।

କର୍କଟ- ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ବ୍ୟବସାୟରେ ଲାଭବାନ ହେବେ। ବୁଧବାର ଓ ଗୁରୁବାର ପାରିବାରିକ ସହଯୋଗ ପ୍ରାପ୍ତ ହେତୁ ସମସ୍ୟା ଦୂରୀଭୂତ ହେବ। ଶୁକ୍ରବାର ଓ ଶନିବାର ପ୍ରତିଯୋଗିତାରେ ବିଜୟୀ ହେବେ। ମହିଳା ଓ ବିଦ୍ୟାର୍ଥୀ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ଭୁବନେଶ୍ବରୀଙ୍କ ମନ୍ତ୍ର ପାଠ କରନ୍ତୁ।

ସିଂହ- ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ପ୍ରୀତିରେ ସଫଳତା ଲାଭ କରିବେ। ସୌଖୀନ ଦ୍ରବ୍ୟ କିଣିପାରନ୍ତି। ବୁଧବାର ଓ ଗୁରୁବାର ଶତ୍ରୁଦ୍ବାରା ପରାସ୍ତ ହେବେ। ଶୁକ୍ରବାର ଓ ଶନିବାର ଧାର୍ମିକ ଚେତନାରେ ଉଦ୍ବୁଦ୍ଧ ହେବେ। ମହିଳା ଓ ବିଦ୍ୟାର୍ଥୀ ରକ୍ଷଣଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଗାୟତ୍ରୀ ମନ୍ତ୍ର ଜପ କରନ୍ତୁ ଓ ଗରିବଙ୍କୁ ଅନ୍ନଦାନ କରନ୍ତୁ।

କନ୍ୟା- ରବିବାରଠାରୁ ମଙ୍ଗଳବାର ପର୍ଯ୍ୟନ୍ତ ସମୟ ଅନୁକୂଳ ରହିବ। ବୁଧବାର ଓ ଗୁରୁବାର ଯଶ, ମାନ ଓ ଗୌରବର ଅଧିକାରୀ ହେବେ। ଶୁକ୍ରବାର ଓ ଶନିବାର ମାନସିକ ଅବସ୍ଥା ଓଅସୁସ୍ଥତା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ସୃଜନଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଓଁ ଗଂ ଗଣପତୟେ ନମଃ ମନ୍ତ୍ର ଜପ କରନ୍ତୁ।

ତୁଳା- ରବିବାର ଓ ସୋମବାର କାର୍ଯ୍ୟକ୍ଷେତ୍ରରେ ସଫଳତା ପ୍ରାପ୍ତ କରିବେ। ମଙ୍ଗଳବାର ଓ ବୁଧବାର ସମୟର ସଦୁପଯୋଗ କରିବେ। ପଦୋନ୍ନତି ମିଳିପାରେ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ ପ୍ରଗତିଶୀଳ ହେବେ। ନୂତନ ନିଯୁକ୍ତି ମିଳିପାରେ। ମହିଳା ଓ ବିଦ୍ୟାର୍ଥୀ ପାରିବାରିକ ଶାନ୍ତି ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ଶିବଙ୍କ ମନ୍ତ୍ର ପାଠ କରନ୍ତୁ।

ବିଚ୍ଛା- ରବିବାର ଓ ସୋମବାର ମାନସିକ ଅବସାଦ ଦେଖାଦେବ। ମଙ୍ଗଳବାର ଓ ବୁଧବାର ସଫଳତା ଲାଭ କରିବେ। ସମସ୍ୟା ସମାଧାନ ପାଇଁ ପ୍ରୟାସ କରିବେ। ଗୁରୁବାରଠାରୁ ଶନିବାର ପର୍ୟ୍ୟନ୍ତ ଲାଭବାନ ହେବେ। ଦୂରଯାତ୍ରା କରିପାରନ୍ତି। ସାମାଜିକ ପ୍ରତିଷ୍ଠା ଲାଭ କରିବେ। ମହିଳା ଓ ବିଦ୍ୟାର୍ଥୀ କ୍ରିୟାଶୀଳ ହେବେ। ରିଷ୍ଟଖଣ୍ଡନ ପାଇଁ ଶ୍ରୀ ସନ୍ଦୁରାକାଣ୍ଡ ପାଠ କରନ୍ତୁ।

ଧନୁ- ରବିବାର ଓ ସୋମବାର ଆର୍ଥିକ ସ୍ଥିତି ସୁଦୃଢ଼ ହେବ। ମଙ୍ଗଳବାର ଓ ବୁଧବାର ଜଗିରଖି ଚଳିବେ। ପଡ଼ୋଶୀଙ୍କ ସହ ମତଭେଦ ଦେଖାଦେଇପାରେ। ଗୁରୁବାର ଓ ଶୁକ୍ରବାର ଧୈର୍ଯ୍ୟବାନ ହେବେ। ଶନିବାର ନୂତନ ଚିନ୍ତାଧାରାଯକ୍ତୁ ହେବେ। ମହିଳା ଓ ବିଦ୍ୟାର୍ଥୀ ବିଷାଦଗ୍ରସ୍ତ ହେବେ। ରିଷ୍ଟଖଣ୍ଡନ ପାଇଁ ମା’ ଦୁର୍ଗାଙ୍କ ସହସ୍ର ନାମ ପାଠ କରନ୍ତୁ।

ମକର- ରବିବାର ଓ ସୋମବାର ପ୍ରଗତିରେ ପଥରୋଧ ହେବ। ମଙ୍ଗଳବାର ଓ ବୁଧବାର ନୂତନ ନିଯୁକ୍ତି ତି ମିଳିପାରେ। ଯଶ ଲାଭ କରିବେ। ଗୁରୁବାର ଓ ଶୁକ୍ରବାର ଦୁର୍ଘଟଣାଗ୍ରସ୍ତ ହୋଇପାରନ୍ତି। ଶନିବାର ମଧ୍ୟମ ଫଳ ପ୍ରାପ୍ତି କରିବେ। ମହିଳା ଓ ବିଦ୍ୟାର୍ଥୀ ପରୋପକାରୀ ହେବେ। ରିଷ୍ଟଖଣ୍ଡନ ପାଇଁ ମହାମୃତ୍ୟୁଞ୍ଜୟ ମନ୍ତ୍ର ଜପ କରନ୍ତୁ ଓ ଗରିବଙ୍କୁ ଅନ୍ନଦାନ କରନ୍ତୁ।

କୁମ୍ଭ- ରବିବାର ଓ ସୋମବାର ଭାଗ୍ୟବାଦୀ ହେବେ। ନୂତନ ଦ୍ରବ୍ୟ କ୍ରୟ କରିପାରନ୍ତି। ମଙ୍ଗଳବାର ଓ ବୁଧବାର ଯାନବାହନଜନିତ ତ୍ରୁଟି ଦେଖାଦେବ। ଗୁରୁବାରଠାରୁ ଶନିବାର ପର୍ଯ୍ୟନ୍ତ କ୍ରିୟାଶୀଳ ହେବେ। ଅଟକିଥିବା କାର୍ଯ୍ୟ ସମାପନ କରିବେ। ମହିଳା ଓ ବିଦ୍ୟାର୍ଥୀମାନେ ସଫଳତା ଲାଭ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ଦକ୍ଷିଣକାଳୀଙ୍କ କବଚ ପାଠ କରନ୍ତୁ।

ମାନ- ରବିବାର ଓ ସୋମବାର ପାରିବାରିକ ଅଶାନ୍ତିଦେଖାଦେବ। ମଙ୍ଗଳବାର ଓ ବୁଧବାର ବନ୍ଧୁ ସହଯୋଗ ପ୍ରାପ୍ତିହେବ। ବ୍ୟବସାୟରେ ଲାଭବାନ ହେବେ। ଗୁରୁବାରଠାରୁ ଶନିବାର ପର୍ୟ୍ୟନ୍ତ ଜଗିରଖି ଚଳି ବେ। ଶାରୀରିକ ଅସୁସ୍ଥତା ଦେଖାଦେବ। ମହିଳା ଓ ବିଦ୍ୟାର୍ଥୀ ମାନେ ବିଫଳତା ପ୍ରାପ୍ତ କରିବେ। ରିଷ୍ଟଖଣ୍ଡନ ପାଇଁ ମା’ ତାରାଙ୍କ କବଚ ପାଠ କରନ୍ତୁ।

 

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories