www.samajalive.in
Saturday, December 13, 2025
18.1 C
Bhubaneswar

ବାପା, ମାଆ ଓ ପୁଅଙ୍କ ସନ୍ଦେହଜନକ ମୃତ୍ୟୁ

କେନ୍ଦ୍ରାପଡା: ରାଜନଗର ତାଳଚୁଆ ସାମୁଦ୍ରିକ ଥାନା ରାଜେନ୍ଦ୍ର ନଗରରେ ଚାଞ୍ଚଲ୍ୟ। ଗୋଟିଏ ପରିବାରର ୩ଜଣଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ବାପା , ମାଆ ଓ ୨୫ ବର୍ଷୀୟ ପୁଅର ମୃତଦେହ ଉଦ୍ଧାର କରାଯାଇଛି। ମୃତକ ଶ୍ରୀଦାମ ମଣ୍ଡଳ , ତାଙ୍କ ସ୍ତ୍ରୀ ଜୟନ୍ତୀ ମଣ୍ଡଳ ଓ ପୁଅ ପରିକ୍ଷିତ ମଣ୍ଡଳ ବୋଲି ଜଣାପଡିଛି। ଶ୍ରୀଦାମଙ୍କ ମୃତଦେହ ଘର ବାହାର ପଟୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି।  ଘର ଭିତରେ ଜୟନ୍ତୀ ଓ ପୁଅ ପରିକ୍ଷୀତର ମୃତଦେହ ପଡିରହିଥିବା ଦେଖିବାକୁ ମିଳିଛି। ଶ୍ରୀଦାମଙ୍କ ଅନ୍ୟ ଏକ ପୁଅ ପରାଦୀପରେ ରୁହନ୍ତି।  ବର୍ତ୍ତମାନ୍ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବାବେଳେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories