www.samajalive.in
Saturday, December 6, 2025
15.1 C
Bhubaneswar

ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୮ତମ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି ବୈଠକ

କଣ୍ଟାବାଞ୍ଜି: ଆସନ୍ତା ୫ ତାରିଖରେ ବିଜେଡି ତରଫରୁ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ୧୦୮ତମ ଜୟନ୍ତୀ ପାଳନ ଉପଲକ୍ଷେ ଏକ ବିଶାଳ ମହିଳା ସମାବେଶ ଆୟୋଜନ କରିବା ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ନଗର ସଭାପତି ଶ୍ରୀ ଜଗନ୍ନାଥ ରାଓଙ୍କ ସଭାପତିତ୍ୱରେ ୱାର୍ଡ ନମ୍ବର ୨ ସ୍ଥିତ ବିଜୁ ଜନତା ଦଳ କାର୍ଯ୍ୟାଳୟରେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଥିଲା l ଏହି ବୈଠକରେ ପୂର୍ବତନ ବିଧାୟକ ତଥା ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ଶ୍ରୀ ଆୟୁବ ଖାଁ ମୁଖ୍ୟ ଅତିଥି ଭାବେ ଯୋଗଦେଇ କାର୍ଯ୍ୟକ୍ରମକୁ ସଫଳ କରିବାକୁ ଶତାଧିକ କର୍ମୀ ଓ ପଦାଧିକାରୀ ଙ୍କୁ ଦିଗଦର୍ଶନ ଦେଇଥିଲେ l ଆସନ୍ତା ୫ ତାରିଖ ପୂର୍ବାହ୍ନ ୧୦.୦୦ ଘଣ୍ଟା ସମୟରେ କଣ୍ଟାବାଞ୍ଜି ରେ ବିଜୁ ଜନତା ଦଳ ଦ୍ୱାରା ଏକ ବିଶାଳ ମୋଟର ସାଇକେଲ ଶୋଭାଯାତ୍ରା ସହର ରେ ପରିଭ୍ରମଣ କରିବ । ସ୍ଥାନୀୟ ବ୍ଲଡ଼ ବ୍ୟାଙ୍କ ସ୍ଥିତ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ରେ ପୁଷ୍ପ ମାଲ୍ୟ ଅର୍ପଣ କରି ୱାର୍ଡ ନମ୍ବର ୨, ବିଜୁ ଜନତା ଦଳ କାର୍ଯ୍ୟାଳୟ ଠାରେ ଭବ୍ୟ ସଭା ଆୟୋଜନ କରିବାକୁ ପ୍ରସ୍ତୁତି କରାଯାଉଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories