www.samajalive.in
Monday, December 8, 2025
27.1 C
Bhubaneswar

ଚଣ୍ଡିଖୋଲରେ ମୋଦୀ-ନବୀନ ଭେଟ

ଭୁବନେଶ୍ବର: ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। କାଲି ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ହେଲିକପ୍ଟର ଯୋଗେ ଚଣ୍ଡିଖୋଲ ଯାତ୍ରା କରି ସେଠାରେ ଆୟୋଜିତ ସାଧାରଣ ସଭାରେ ଉଦବୋଧନ ଦେବେ। ଚଣ୍ଡିଖୋଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ କାର୍ଯ୍ୟକ୍ରମରେ ଯୋଗଦେବେ ମୁଖ୍ୟମନ୍ତ୍ରୀ ନୀବନ ପଟ୍ଟନାୟକ। ଆସନ୍ତାକାଲି ବିଜୁ ଜୟନ୍ତୀ ଥିଲାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୋଟିଏ ମଞ୍ଚରେ ରହିବେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମରେ ଯୋଗଦେବା ନେଇ ସୂଚନା ମିଳିଛି।

ଚଣ୍ଡିଖୋଲରେ ୧୯,୬୦୦ କୋଟିର ପ୍ରକଳ୍ପ ଲୋକାର୍ପଣ ଓ ଶିଳାନ୍ୟାସ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଏହାସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ବହୁ ପ୍ରକଳ୍ପର ଉଦଘାଟନ ଓ ଲୋକାର୍ପଣ କରିବା କାର୍ଯ୍ୟକ୍ରମ ରହିଛି।

- Advertisement -

ଯାଜପୁର ଚଣ୍ଡିଖୋଲ ସମାବେଶରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଗଦେବାକୁ ଥିବାରୁ ଆଜି ବେଣାପୁର ପଡ଼ିଆ ଅସ୍ଥାୟୀ ହେଲିପ୍ୟାଡରେ ଲାଣ୍ଡିଂନେଇ ସମୀକ୍ଷା କରାଯାଇଛି। ଏଠାରେ ପରୀକ୍ଷାମୂଳକ ଭାବେ ବାୟୁସେନାର ହେଲିକପ୍ଟର ଲାଣ୍ଡିଂ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଗସ୍ତ ପାଇଁ ସମସ୍ତ ପ୍ରକାର ସୁରକ୍ଷା ବ୍ୟବସ୍ଥା କରାଯାଇଛି। ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭୁବନେଶ୍ବର ପ୍ରତ୍ୟାବର୍ତ୍ତନ କରି ଦିଲ୍ଲୀ ଫେରିଯିବେ ବୋଲି ସୂଚନା ମିଳିଛି।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories