www.samajalive.in
Sunday, December 7, 2025
26.1 C
Bhubaneswar

ହିମାଚଳ ପ୍ରଦେଶରେ ଭୂକମ୍ପ ଝଟକା

ଶିମଲା : ହିମାଚଳ ପ୍ରଦେଶର ମାଣ୍ଡି ଜିଲାର କିଓଲି ଥୁନାଗରେ ମଙ୍ଗଳବାର ସକାଳ ପ୍ରାୟ ୬ଟା୫୬ରେ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଭୂକମ୍ପର କେନ୍ଦ୍ରସ୍ଥଳ ଭୂମି ଠାରୁ ୫ କିଲୋମିଟର ଗଭୀର ଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୨ ରେକର୍ଡ କରାଯାଇଛି।
ସେହିପରି ଲାହୌଲ ଏବଂ ସ୍ପିତିର କିଛି ସ୍ଥାନରେ ସୋମବାର ଭୂକମ୍ପ ଝଟକା ଅନୁଭୂତ ହୋଇଛି। ସୋମବାର ଏହି ଝଟକା ଅନୁଭୂତ ହୋଇଥିବା ବେଳେ ରିକ୍ଟର ସ୍କେଲରେ ଏହାର ତୀବ୍ରତା ୩.୨ ରେକର୍ଡ କରାଯାଇଛି। ଭୂକମ୍ପର ଗଭୀରତା ଭୂମି ଠାରୁ ୫ କିଲୋମିଟର ଗଭୀର ଥିଲା। ଏଥିରେ ଧନଜୀବନ ହାନୀ ହୋଇଥିବା ନେଇ କୌଣସି ଖବର ମିଳିନାହିଁ। ଲାହୌଲ ଓ ସ୍ପିତିର ଆଦିବାସୀ ଜିଲା ଭୂକମ୍ପ ଜୋନ୍‌‌ ଅନୁଯାୟୀ ଚତୁର୍ଥ ସ୍ଥାନରେ ରହିଛି। ଯାହା ଏକ ଚିନ୍ତାର ବିଷୟ।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories