www.samajalive.in
Saturday, December 6, 2025
16.1 C
Bhubaneswar

ଟ୍ୱିଟ୍ କରି ପ୍ରବାଦ ପୁରୁଷଙ୍କ ଅବଦାନକୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ, ଶ୍ରଦ୍ଧାଞ୍ଜଳୀ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ଅବସରରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ବରସ୍ଥିତ ବିଜୁ ପଟ୍ଟନାୟକ ପାର୍କରେ ବିଜୁ ବାବୁ ଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି। ବିକାଶ ପୁରୁଷଙ୍କ ଅବଦାନକୁ ମନେ ପକାଇ ଓଡ଼ିଆ ଜାତୀୟତାର ପରିଚୟକୁ ଆହୁରି ଗୌରବାନ୍ଵିତ କରିବା ସହ ନୂଆ ଓଡ଼ିଶା ଗଠନର ସଂକଳ୍ପକୁ ଆହୁରି ଦୃଢ଼ କରିବାକୁ ମୁଖ୍ୟମନ୍ତ୍ରୀ ଆହ୍ବାନ ଦେଇଛନ୍ତି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ଟ୍ୱିଟ୍ କରି ପ୍ରବାଦ ପୁରୁଷଙ୍କ ଅବଦାନକୁ ମନେ ପକାଇଛନ୍ତି । ମୋଦୀ ଲେଖିଛନ୍ତି, ବିଜୁ ବାବୁଙ୍କ ଦୂରଦୃଷ୍ଟି ସମ୍ପନ୍ନ ନେତୃତ୍ୱ ଏବଂ ଅଦମ୍ୟ ସାହସ ସମସ୍ତଙ୍କୁ ପ୍ରେରଣା ଯୋଗାଇ ଆସୁଛି । ଦେଶ ପାଇଁ ତାଙ୍କର ଅବଦାନ ଏବଂ ବିକାଶ ପାଇଁ ତାଙ୍କର ପ୍ରତିବଦ୍ଧତା ଆଦର୍ଶ ହୋଇରହିବ । ଆଜିର ଏହି ବିଶେଷ ଦିନରେ ଚଣ୍ଡିଖୋଲରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ କରିବା ପାଇଁ ସେ ଆସୁଛନ୍ତି । ଆଜିପରି ମହତ୍ତ୍ଵପୁର୍ଣ୍ଣ ଦିନରେ ସେ ଓଡ଼ିଶାରେ ଉପସ୍ଥିତ ରହିବେ ବୋଲି ଟ୍ୱିଟରେ ଉଲ୍ଲେଖ କରିଛନ୍ତି । ଅନ୍ୟପଟେ ଜନ୍ମ ଜୟନ୍ତୀ ଅବସରରେ ରାଜଧାନୀର ଶଙ୍ଖଭବନ, ଏୟାରପୋର୍ଟ ଛକରେ ଥିବା ବିଜୁ ବାବୁଙ୍କ ପ୍ରତିମୂର୍ତ୍ତି ରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି। ଏପରିକି କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ କଳିଙ୍ଗ ଷ୍ଟାଡ଼ିୟମ ପରିସରରେ ଏକ ଗଣଦୌଡ ଅନୁଷ୍ଠିତ ହୋଇଛି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories