www.samajalive.in
Friday, December 5, 2025
27.1 C
Bhubaneswar

ଶ୍ବଶୁର ଘର ଗାଁରେ ଜୀବନ ହାରିଲେ ଜ୍ଵାଇଁ, କାରଣ ଅସ୍ପଷ୍ଟ

ବାଲିଗୁଡା: କନ୍ଧମାଳ ଜିଲ୍ଲା ବାଲିଗୁଡା ସିରୁବାଲି ଗାଁରେ ଅଭାବନୀୟ ଘଟଣା ଘଟିଛି। ଶ୍ବଶୁର ଘର ଗାଁରେ ଜ୍ଵାଇଁ ଆତ୍ମହତ୍ୟା କରିଥିବାର ଅଭିଯୋଗ ହୋଇଛି। ମୃତକ ସାତାମାସ୍କା ଗାଁର ଡାଗାରା ମଲ୍ଲିକ ବୋଲି ଜଣାପଡିଛି। ଡାଗାରା ଏକ ବାହାଘର ଭୋଜିରେ ଯୋଗଦେବାକୁ ନିଜ ଶ୍ବଶୁର ଘର ଗାଁକୁ ଯାଇଥିଲେ। ମଙ୍ଗଳବାର ରାତିରେ ଭୋଜି ଖାଇବାକୁ ଯାଇ ଆଉ ଘରକୁ ଫେରିନଥିଲେ। ପରିବାର ଲୋକ ବହୁ ଖୋଜାଖୋଜି କରିବା ପରେ ବି ନିରାଶ ହୋଇଥିଲେ। ବୁଧବାର ସକାଳୁ ଆମ୍ବତୋଟା ନିକଟରୁ ଡାଗାରାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତ୍ୟୁର କାରଣ ଅସ୍ପ​ଷ୍ଟ ରହିଛି। ପରେ ପୁଲିସ୍ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

Related Articles

Popular Categories