www.samajalive.in
Saturday, December 6, 2025
16.1 C
Bhubaneswar

ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜ୍ୟରେ ବିଏସକେୱାଇ ନବୀନ କାର୍ଡର ଶୁଭାରମ୍ଭ କରିଛନ୍ତି । ଆଜିଠୁ ଏହି କାର୍ଡ ବଣ୍ଟନ ଆରମ୍ଭ ହୋଇଥିବା ବେଳେ ମେ ପହିଲାଠାରୁ ହିତାଧିକାରୀ ମାନେ ଏହାର ସୁବିଧା ପାଇପାରିବେ । ନିୟମିତ ସରକାରୀ କର୍ମଚାରୀ ଏବଂ ଆୟକର ଦେଉଥିବା ଲୋକଙ୍କୁ ବାଦ ଦେଲେ ଗାଁର ସବୁ ଲୋକ ଏହି ସୁବିଧା ପାଇପାରିବେ । ରାଜ୍ୟ ସରକାରଙ୍କ ୫ଟି ଉପକ୍ରମରେ ଏହି ଯୋଜନା କାର୍ଯ୍ୟକାରୀ ହେଉଛି । ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଛନ୍ତି ସାଢେ ୪କୋଟି ଓଡ଼ିଶାବାସୀ ମୋ ପରିବାର । ଆପଣମାନଙ୍କ ସୁଖ ଦୁଃଖରେ ମୁଁ ସବୁବେଳେ ରହିଛି ଓ ରହିଥିବି ।

ସୁସ୍ଥ ସମାଜ ଏକ ସମୃଦ୍ଧ ରାଷ୍ଟ୍ରର ଆଧାର ଏବଂ ସ୍ୱାସ୍ଥ୍ୟ ସହିତ ଏହାର ଗଭୀର ସଂପର୍କ ରହିଛି ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ମୋ ପରିବାରର ଲୋକମାନେ କିପରି ଭଲରେ ରହିବେ ସେଥିପାଇଁ ମୁଁ ସବୁବେଳେ କାମ କରି ଚାଲିଛି ଓ କରି ଚାଲିବି। ସୂଚନାଯୋଗ୍ୟ ଯେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ରାଜ୍ୟର ୧ କୋଟିରୁ ଅଧିକ ପରିବାର ଯାହାକି ରାଜ୍ୟ ଜନସଂଖ୍ୟାର ୮୦ ଭାଗ ହେବେ,କ୍ୟାସଲେସ୍‌ ଚିକିତ୍ସା ସୁବିଧା ପାଉଛନ୍ତି। ମହିଳାମାନଙ୍କ ପାଇଁ ୧୦ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା ଥିବାବେଳେ ପରିବାରର ଅନ୍ୟ ସଦସ୍ୟ ମାନଙ୍କ ପାଇଁ ୫ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଚିକିତ୍ସା ସୁବିଧା କରାଯାଇଛି। ଏହି ଯୋଜନାରେ ମାସକୁ ୧ ଲକ୍ଷ ୩୦ ହଜାର ହିତାଧିକାରୀ ୮୧୬ଟି ପଞ୍ଜିକୃତ ବେସରକାରୀ ହସ୍ପିଟାଲରେ ଚିକିତ୍ସା ସୁବିଧା ପାଉଛନ୍ତି। ଏଥିପାଇଁ ରାଜ୍ୟ ସରକାର ନିଜ ପାଣ୍ଠିରୁ ୨୭୦ କୋଟିରୁ ଅଧିକ ଟଙ୍କା ଖର୍ଚ୍ଚ କରୁଛନ୍ତି।

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories