www.samajalive.in
Monday, December 8, 2025
17.1 C
Bhubaneswar

ବାର୍‍ହା ଆକ୍ରମଣରେ ବୃଦ୍ଧ ଗୁରୁତର

ଆଠଗଡ: ଆଠଗଡ ବନାଞ୍ଚଳ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ବୁଧବାର ସକାଳେ ଏକ ବାର୍‍ହା ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ଆହତ ହୋଇଥିବା ଜଣାପଡିଛି। କନ୍ଦରପୁର ଗ୍ରାମର ବସନ୍ତ ଦଳାଇ (୭୦) ମହାନଦୀକୁ ଗାଧୋଇବା ପାଇଁ ଯାଉଥିବାବେଳେ ତାଙ୍କୁ ଅତର୍କିତ ଭାବେ ଏକ ବାର୍‍ହା ଆକ୍ରମଣ କରିଥିଲା।

ଶରୀରର ବିଭିନ୍ନ ସ୍ଥାନରେ ଗଭୀର କ୍ଷତ ହେବାଦ୍ୱାରା ସେ ଗୁରୁତର ଆହତ ହୋଇଥିଲେ। ବନପାଳ ସବିତା ରାଉତ ଓ ବନରକ୍ଷୀ ପ୍ରଶାନ୍ତ କୁମାର ବେହେରାଙ୍କ ସହାୟତାରେ ତାଙ୍କୁ ତୁରନ୍ତ ଆଠଗଡ ଉପଖଣ୍ଡ ଚିକିତ୍ସାଳୟକୁ ଆଣି ପ୍ରାଥମିକ ଚିକିତ୍ସା କରାଯାଇଥିଲେ। ତେବେ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଅଧିକ ଚିକିତ୍ସା ଲାଗି କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା। ଡାକ୍ତରୀ ରିପୋର୍ଟ ମିଳିବା ପରେ ଆହତ ବୃଦ୍ଧଙ୍କୁ ବିଭାଗ ପକ୍ଷରୁ ଆବଶ୍ୟକୀୟ ଅନୁକମ୍ପା ରାଶି ପ୍ରଦାନ କରାଯିବ ବୋଲି ରେଞ୍ଜର ରବିନ୍ଦ୍ର କୁମାର ନାୟକ ପ୍ରକାଶ କରିଛନ୍ତି।

Hot this week

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

Related Articles

Popular Categories