www.samajalive.in
Monday, December 8, 2025
27.1 C
Bhubaneswar

ଆଜିର ରାଶିଫଳ: ପରମ ଭାଗ୍ୟଶାଳୀ ହୋଇପାରନ୍ତି ଏହି ରାଶିର ବ୍ୟକ୍ତି

ମେଷ- ମନ ପ୍ରସନ୍ନ ରହିବ। କୁଳ ପ୍ରଦୀପ ହେବେ। ସୁସ୍ଥ ଓ ନିରାମୟ ରହିବେ। ଦୟାଳୁ ସ୍ବଭାବର ହୋଇପାରନ୍ତି। ବ୍ୟବସାୟ ଲାଭପ୍ରଦ ହେବ। ଯଶସ୍ବୀ ହେବେ। ପାରିବାରିକ ସ୍ନେହ, ଶ୍ରଦ୍ଧା ଅତୁଟ ରହିବ। ସୁସ୍ଥ ରହିବେ।

ବୃଷ- ଭାଗ୍ୟଶାଳୀ, ଭୋଗୀ ଓ ବିଳାସୀ ହୋଇପାରନ୍ତି। ଦିନଟି ସୁଖସମୃଦ୍ଧିପୂର୍ଣ୍ଣ ହେବ। ଧର୍ମାତ୍ମା, ପ୍ରବାସପ୍ରିୟ, ବିଦ୍ବାନ୍‌, ସାହସୀ ଓ ସମ୍ପତ୍ତିବାନ୍‌ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ। ଉଦ୍ୟୋଗୀ ହେବେ।

- Advertisement -

ମିଥୁନ- ଈର୍ଷା ପରାୟଣ ହୋଇପାରନ୍ତି। କଥାବାର୍ତ୍ତାରେ ବାଚାଳତା ପ୍ରକାଶ ପାଇପାରେ। ସ୍ବାଭିମାନୀ ହେବେ। ସହଯୋଗୀ ବ୍ୟବସାୟ ଲାଭପ୍ରଦ ହେବ। ଶୁଭକାର୍ଯ୍ୟ ସ୍ଥଗିତ ରଖିବେ। ସତର୍କରେ ଚଳିବାକୁ ପଡ଼ିବ।

କର୍କଟ-  ଜଣେ ସମାଜସେବୀଭାବେ ବିଭିନ୍ନ ସ୍ତରରେ ସମ୍ମାନିତ ହେବେ। ବ୍ୟବସାୟ ଲାଭଜନକ ହେବ। ସେବା ଭାବନାରେ ଉତ୍ସର୍ଗୀକୃତ ମନୋଭାବର ହେବେ। ଶାନ୍ତ ଓ ଧୈର୍ଯ୍ୟବାନ୍‌ ହେବେ। ସୁସ୍ଥ ରହିବେ।

ସିଂହ- ରୋଜଗାରର ସ୍ବଳ୍ପତା ଦୃଷ୍ଟିରୁ ବାହ୍ୟ ଖର୍ଚ୍ଚକୁ ସୀମିତ କରିପାରନ୍ତି। ଭାଇଙ୍କ ପ୍ରତି ଶ୍ରଦ୍ଧାଭାବ ରହିବ। ସୁସ୍ଥ ଓ ନିରାମୟ ରହିବେ। କୌଶଳୀ ଓ ଶତ୍ରୁହନ୍ତା ହୋଇପାରନ୍ତି। ଚାକିରି କ୍ଷେତ୍ରରେ ସୁନାମ ଅର୍ଜନ କରିପାରନ୍ତି।

କନ୍ୟା- କର୍ମଚଞ୍ଚଳ ରହିବେ। କନ୍ୟା ସନ୍ତାନ ପାଇଁ ଗର୍ବିତ ହେବେ। ଆକସ୍ମିକ ଧନ ଲାଭର ସୂଚନା ମିଳୁଛି। ଆର୍ଥିକ ସ୍ରୋତ ବ୍ୟବସାୟାଦି ବିଭିନ୍ନ ଦିଗରୁ ପ୍ରବାହିତ ହେବ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ତୁଳା- ଉଦାର ସ୍ବଭାବର ହୋଇପାରନ୍ତି। ଦାନ-ଧର୍ମରେ ଦୀକ୍ଷିତ ହେବେ। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ସୁସ୍ଥ ରହିବେ। କୃଷି କର୍ମକାରୀ ହେବେ। ଜଳଯାତ୍ରାରେ ବିପଦ ରହିଛି। ପ୍ରେମୀ ଓ ବୁଦ୍ଧିମାନ୍‌ ହେବେ।

ବିଚ୍ଛା-  ଈଶ୍ବର ବିଶ୍ବାସୀ ହେବେ। ମନ ପ୍ରସନ୍ନ ରହିବ। ଭାଷା ମଧୁର ଓ ବ୍ୟବହାର ଭଦ୍ରୋଚିତ ହେବ। ପ୍ରେମୀ ଓ ସାହସୀ ହେବେ। ଅନୁଜମାନଙ୍କଠାରୁ ଆଦର, ସମ୍ମାନ ମିଳିବ। ଧାର୍ମିକ, ବନ୍ଧୁପ୍ରେମୀ ହେବେ।

ଧନୁ-  ପରମ ଭାଗ୍ୟଶାଳୀ ହୋଇପାରନ୍ତି। ଶୋଭନ ବ୍ୟକ୍ତିତ୍ବସମ୍ପନ୍ନ ହେବେ। ପରଦେଶବାସୀ, ମଧୁର ଭାଷୀ, ସହନଶୀଳ, ଶାନ୍ତିପ୍ରିୟ, ଉଦାର ଚରିତ ଓ ବିଦ୍ୟାପ୍ରେମୀ ହେବେ। ଦାମ୍ପତ୍ୟ ଜୀବନ ସୁଖପ୍ରଦ ହେବ।

ମକର- ଶ୍ରୀଚନ୍ଦ୍ର ଭୋଗ ହେତୁ ଆୟ ଆଶାନୁରୂପ ହେବ। ଐଶ୍ବର୍ଯ୍ୟ ପ୍ରାପ୍ତିର ସୂଚନା ମିଳୁଛି। ମାଲିମୋକଦ୍ଦମାରେ ବିଜୟୀ ହେବେ। ଧନଲାଭ ହେବ। ସଂଗ୍ରାମୀ ମନୋବୃତ୍ତିର ହେବେ। ସୁସ୍ବାଦୁ ଭୋଜନ କରିବେ।

କୁମ୍ଭ-  ଥଣ୍ଡା, କଫଜନିତ ଓ ସାମାନ୍ୟ କ୍ଲେଶ ଅନୁଭବ କରିପାରନ୍ତି। କର୍ମଚଞ୍ଚଳ ରହିବେ। ମଧୁର କଥାରେ ପରକୁ ଆପଣାର କରିବେ। ମହିଳାଙ୍କ ପ୍ରତି ଆସକ୍ତି ଶୂନ୍ୟ ହେବେ। ଧର୍ମ କାମରେ ଧନ ବ୍ୟୟ କରିବେ।

ମୀନ- ଆୟୁଷ୍ମାନ୍‌ ହେବେ। ଯଶସ୍ବୀ ହୋଇପାରନ୍ତି। ଲୋକପ୍ରିୟତା ଅର୍ଜନ କରିବେ। କର୍ମଚଞ୍ଚଳ ରହିବେ। ସରକାରୀ ସ୍ତରରେ ସମ୍ମାନିତ ହେବା ସହିତ ରାଜକୋଷ ଅର୍ଥ ପ୍ରାପ୍ତିର ସୂଚନା ମିଳୁଛି। କରିତ୍‌କର୍ମା ହେବେ।

Hot this week

ହୋଟେଲ ବୁକିଂ ନାଁରେ ଠକେଇ: ସାବଧାନ, ଠକମାନେ ଏମିତି ଫଶାଉଛନ୍ତି

ସମାଜ ଡିଜିଟାଲ ଡେସ୍କ: ନିକଟରେ, ପ୍ରୟାଗରାଜର କ୍ୟାଣ୍ଟ ପୁଲିସ ଷ୍ଟେସନ ଅଞ୍ଚଳରେ...

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା...

ସଂସଦରେ ‘ବନ୍ଦେ ମାତରମ୍‌ ବିତର୍କ’: କଂଗ୍ରେସକୁ ଟାର୍ଗେଟ

ନୂଆଦିଲ୍ଳୀ: ସୋମବାର ସଂସଦର ଶୀତକାଳୀନ ଅଧିବେଶନରେ ‘ବନ୍ଦେ ମାତରମ୍‌’ ଉପରେ ବିତର୍କ...

ମୁଖ୍ୟମନ୍ତ୍ରୀଙ୍କ ବାସଭବନ ମରାମତି ଖର୍ଚ୍ଚ ୫୦ ଲକ୍ଷ ଟଙ୍କା

ଭୁବନେଶ୍ଵର : ଆଜି ବିଧାନସଭାର ଶୀତ ଅଧିବେଶନର ଦଶମ ଦିନ। ଗୃହ...

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

Related Articles

Popular Categories